ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକ ଆରୋହିଙ୍କ ଉପରେ ଚଢ଼ିଗଲା ଟ୍ରକ

ପାଟଣା,୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ ଓ କୋଲକତା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁମନ୍ଦିର ନିକଟରେ ଏକ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ବାଇକ ଆରୋହିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବାଇକ ଆରୋହି ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲା ବାରିପଦା ବୁଢାମରାର ବେଣୁଧର ଗୋଛାୟତ। ସୂଚନାଯୋଗ୍ୟ, ବେଣୁଧର ଓଡିଶା ଆଗ୍ର ଇଣ୍ଡୋଷ୍ଟ୍ରିଆଲ କୋ-ଅପରେସନରେ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଗୁରୁବାର ସକାଳୁ ବେଣୁଧର ବାଇକ୍‌ରେ ଯାଉଥିବା ବେଳେ ଖିରେଇଟାଙ୍ଗିରୀ ନିକଟରେ ହଠାତ୍‌ ଏକ ଟ୍ରକ୍‌ ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଏହାପରେ ଉକ୍ତ ଟ୍ରକ ତାଙ୍କ ଗୋଡ଼ ଉପରେ ଚଢ଼ି ଦୁର୍ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଜରିଆରେ କେନ୍ଦୁଝର ମେଡିକାଲକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟପଟେ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଫେରାର ଟ୍ରକକୁ ଧରିବା ପାଇଁ ଛାନ୍‌ଭିନ ଜାରି ରଖି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri