Posted inଜାତୀୟ

ୟୁପି ବିଜୟ ଲକ୍ଷ୍ୟ, ଭାଜପାର ଅଭେଦ୍ୟ ଚକ୍ରବ୍ୟୁହ…

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ମାଧ୍ୟମରେ ଭାଜପା ଉତ୍ତରପ୍ରଦେଶ (ୟୁପି)ରେ ଏକ ଅଭେଦ୍ୟ ଚକ୍ରବ୍ୟୁହ ଗଠନ କରିଛି। ୨୦୨୨ରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ବିରୋଧୀ ଦଳଗୁଡ଼ିକୁ ପଛରେ ପକାଇ କିପରି ସମ୍ପୂର୍ଣ୍ଣ ରାଜ୍ୟ ବିଜୟ କରିହେବ ସେ ନେଇ ସୁଚିନ୍ତିତ ରଣନୀତି ପ୍ରସ୍ତୁତ କରାଯାଇଛି। କ୍ୟାବିନେଟ୍‌ ସାମ୍ପ୍ରସାରଣରେ ରାଜ୍ୟର ୩ ଏସ୍‌ସି/ଏସ୍‌ଟି, ୩ ଓବିସି ଏବଂ ଜଣେ ବ୍ରାହ୍ମଣଙ୍କୁ ସ୍ଥାନ ମିଳିଛି। ରାଜ୍ୟରୁ ୭ ଜଣଙ୍କୁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ସ୍ଥାନ ମିଳିଛି। ଏହା ଦ୍ୱାରା ରାଜ୍ୟରେ ଜାତିଗତ ସମୀକରଣକୁ ଏକ ନୂଆ ରୂପ ଦେବାରେ ଭାଜପା ସକ୍ଷମ ହୋଇଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ନୂଆ ମନ୍ତ୍ରୀଙ୍କୁ ମିଶାଇ ରାଜ୍ୟର ମୋଟ ୧୬ ଜଣ ସ୍ଥାନ ପାଇଛନ୍ତି। ଏହା ମୁଖ୍ୟତଃ ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କରାଯାଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ରାଜ୍ୟର ୮୦ ଟି ଲୋକ ସଭା ଆସନ ଏବଂ ୭୫ ଜିଲା ରହିଛି। ରାଜ୍ୟର ୧୬ ମନ୍ତ୍ରୀଙ୍କ ମଧ୍ୟରୁ ପ୍ରତ୍ୟକଙ୍କୁ ୫ଟି ଲୋକ ସଭା ଆସନର ଦାୟିତ୍ୱ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri