Posted inଖେଳ

ଟୋକିଓରେ କରୋନା ସଂକ୍ରମଣ ଶୀର୍ଷରେ

ଟୋକିଓ,୮।୭(ଏପି): ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ମାତ୍ର ୨ ସପ୍ତାହ ବାକିଥିବା ବେଳେ ରାଜଧାନୀ ଟୋକିଓରେ କିନ୍ତୁ କରୋନା ସଂକ୍ରମଣ ବଢିବାରେ ଲାଗିଛି। ମେ’ ମାସ ମଧ୍ୟଭାଗଠାରୁ ଏହି ସଂକ୍ରମଣ ଶୀର୍ଷରେ ପହଞ୍ଚିଛି। ଏବେ ୯୨୦ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ବିଭିନ୍ନ ପଦକ୍ଷେପ ନେବା ପାଇଁ ପ୍ରଧାନମନ୍ତ୍ରୀ ୟୋଶିହାଇଡ୍‌ ସୁଗା ଏକ ବୈଠକ ଡାକି ଏ ନେଇ ଆଲୋଚନା କରିଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ଯଥାସମ୍ଭବ କାର୍ଯ୍ୟ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷଜ୍ଞଙ୍କ ସହ ଆଲୋଚନା କରି ସେ ଗୁରୁବାର ଲାଗୁ ହୋଇଥିବା ଷ୍ଟେଟ ଇମର୍ଜେନ୍ସିକୁ ବୃଦ୍ଧି କରିବା ସଂକ୍ରାନ୍ତରେ ନିଷ୍ପତ୍ତି ନେବେ।
ଇମର୍ଜେନ୍ସି ବା ଜରୁରିକାଳୀନ ସ୍ଥିତି ବୃଦ୍ଧି ହେଲେ ସ୍ବଳ୍ପ ସଂଖ୍ୟକ ସ୍ଥାନୀୟ ଦର୍ଶକଙ୍କ ଉପସ୍ଥିତିକୁ ମଧ୍ୟ ବାତିଲ କରିବାକୁ ପଡିବ। ଅଲିମ୍ପିକ୍ସ ପୂର୍ବରୁ ସବୁପ୍ରକାର ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯାଇଛି। ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ଥିବା ସମୟ କୋଭିଡ୍‌-୧୯ ଦୃଷ୍ଟିକୋଣରୁ ଜାପାନ ପାଇଁ ସବୁଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ। ଜାପାନରେ କେବଳ ୧୫ ପ୍ରତିଶତ ଲୋକଙ୍କର ସମ୍ପୂର୍ଣ୍ଣ ଭାବେ ଟିକାକରଣ ହୋଇଛି। ଏ ପର୍ଯ୍ୟନ୍ତ ଜାପାନରେ ୮,୧୦,୦୦୦ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିତ୍ବା ବେଳେ ୧୪,୯୦୦ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଖେଳିବେନି ବୁମ୍‌ରା-ହାର୍ଦ୍ଦିକ! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେଉଛି ଦିନିକିଆ ସିରିଜ। ଏହି ସିରିଜରେ ତିନୋଟି ଦିନିକିଆ ଖେଳାଯିବ, କିନ୍ତୁ ଗଣମାଧ୍ୟମ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri