ଲୁଟେରାଙ୍କ ଟାର୍ଗେଟରେ ଫାଇନାନ୍ସ କର୍ମଚାରୀ: ବନ୍ଧୁକ ଦେଖାଇ ନେଇଗଲେ ଲକ୍ଷେ ଟଙ୍କା

ପରଜଙ୍ଗ, ୩।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରା ଆତଙ୍କ ଦେଖାଦେଇଛି। ଭାଲୁମୁଣ୍ଡା-ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନରେ ଭାରତ ଫାଇନାନ୍ସ କର୍ମଚାରୀ ଆଶିଷ କୁମାର ନାୟକଙ୍କ ଠାରୁ ଏକଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌ ହୋଇଛି। ଗତ ସପ୍ତାହକ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ଘଟଣା। ଏଥିପୂର୍ବରୁ ଗତ ଶୁକ୍ରବାର ମଧ୍ୟ ଆଶିଷ ଲୁଟ୍‌ର ଶିକାର ହୋଇଥିଲେ। ଡକାୟତମାନେ ତାଙ୍କଠାରୁ ୧ ଲକ୍ଷ ୩୦ ହଜାର ଟଙ୍କା ଛଡ଼ାଇ ନେଇଥିଲେ। ଲୁଟେରାମାନେ ଫାଇନାନ୍ସ କର୍ମଚାରୀଙ୍କୁ ଯୋଜନାବଦ୍ଧ ଭାବେ ଟାର୍ଗେଟ କରୁଛନ୍ତି। ବନ୍ଧୁକ ମୁନରେ ଭୟଭୀତ କରି ଲୁଟ୍‌ପାଟ୍‌ କରୁଛନ୍ତି। ଅଭିଯୋଗ କଲେ ଥାନାରେ ଏତଲା ରଖାଯାଉନାହିଁ। ପୋଲିସ ସୁରକ୍ଷା ଯୋଗାଇଦେବାରେ ବିଫଳ ହେଉଥିବାରୁ ଏପରି ଘଟଣା ବଢ଼ିବାରେ ଲାଗିଛି ବୋଲି ଆଶିଷ ଅଭିଯୋଗ କରିଛନ୍ତି।
କୁମୁସି, ସାଆନ୍ଦା, ବାଲିପଶି ଅଞ୍ଚଳରୁ ଟଙ୍କା ସଂଗ୍ରହ କରି ୩ ବାଇକ୍‌ରେ ଭାରତ ଫାଇନାନ୍ସର ୪ଜଣ କର୍ମଚାରୀ ଫେରୁଥିଲେ। ଆଗରେ ଗୋଟିଏ ବାଇକ୍‌ରେ ରତିକାନ୍ତ ମହାପାତ୍ର, ହିରଣ୍ୟ ରାଉତ, ପଛରେ ପ୍ରଦୀପ ନାୟକ ଏବଂ ମଝିରେ ଆଶିଷ ବାଇକ୍‌ (ଓଡ଼ି ୧୯ ଏମ୍‌ ୫୫୫୦)ରେ ପରଜଙ୍ଗ ଫେରୁଥିଲେ। ଗଣ୍ଡତଇଲା ନିକଟରେ ସେମାନଙ୍କୁ ପିଛା କରୁଥିବା ୬ଜଣ ଯୁବକ ୩ଟି ବାଇକ୍‌ରେ ଆସି ଅଟକାଇଥିଲେ। ପିସ୍ତଲ, ଭୁଜାଲି ଦେଖାଇ ଆକ୍ରମଣ କରିବାକୁ ଉଦ୍ୟମ କରୁଥିବାବେଳେ ରତିକାନ୍ତ କୌଶଳକ୍ରମେ ବାଇକ୍‌ରେ ଖସି ପଳାଇବାରେ ସକ୍ଷମ ହୋଇଥିଲେ। ସେହିପରି ପଛରେ ଆସୁଥିବା ପ୍ରଦୀପ ଲୁଟେରାଙ୍କ କବଳରୁ ବର୍ତ୍ତିବା ପାଇଁ ଭାଲୁମୁଣ୍ଡା ଆଡକୁ ପଳାଇଥିଲେ। ଆଶିଷ ବାଇକ୍‌ ରଖି ପ୍ରାଣ ବିକଳରେ ଧାନଖେତ ଆଡ଼କୁ ଦୌଡ଼ି ପଳାଇବାକୁ ଉଦ୍ୟମ କରୁଥିବାବେଳେ ତାଙ୍କଠାରୁ ଟଙ୍କା ବ୍ୟାଗ୍‌ ଛଡ଼ାଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଥିଲେ।
ଆଶିଷଙ୍କ କହିବା କଥା, ଟଙ୍କା ଆଦାୟ କରିବାକୁ ଯିବା ପୂର୍ବରୁ ପୋଲିସକୁ ସୂଚନା ଦେବା ଗାଇଡଲାଇନ୍‌ ରହିଛି। ତଦନୁଯାୟୀ ସାଆନ୍ଦା ଫାଣ୍ଡିକୁ ଅବଗତ କରାଯାଇଥିଲା। ହେଲେ ପୋଲିସ ପକ୍ଷରୁ ସେମାନଙ୍କୁ କୌଣସି ସୁରକ୍ଷା ଯୋଗାଇ ଦିଆଯାଇ ନ ଥିଲା। ଗତ ଶୁକ୍ରବାର ୧୪୯ନଂ. ଜାତୀୟ ରାଜପଥର କୁଲେଇ ରାଣା ସ୍ପଞ୍ଜ କାରଖାନା ନିକଟରୁ ଦୁର୍ବୃତ୍ତମାନେ ଆଶିଷଙ୍କଠାରୁ ୧ଲକ୍ଷ ୩୦ ହଜାର ଟଙ୍କା ଛଡ଼ାଇ ନେଇଥିଲେ। ଏ ନେଇ ସେ ଥାନାରେ ଅଭିଯୋଗ କରିବାକୁ ଆସଥିଲେ ମଧ୍ୟ ପୋଲିସ ତାଙ୍କୁ ନିରାଶ କରିଥିଲା। ଉଭୟ ଲୁଟ୍‌ ଘଟଣାରେ ଗୋଟିଏ ଗ୍ୟାଙ୍ଗ୍‌ର ହାତ ରହିଛି। ଏ ନେଇ ସେ ପରଜଙ୍ଗ ଥାନାକୁ ସୂଚନା ଦିଆଯାଇଥିବା ସେ କହିଛନ୍ତି। କିଛିମାସ ମଧ୍ୟରେ ଫାଇନାନ୍ସ କର୍ମଚାରୀଙ୍କଠାରୁ ସମାନ ଢଙ୍ଗରେ ଏକାଧିକ ଲୁଟ୍‌ ହେଲାଣି। ଲୁଟେରାମାନେ ଏଯାଏ ଧରାପଡ଼ିନାହାନ୍ତି, ଯାହା ପୋଲିସର ମୁଣ୍ଡବ୍ୟଥା ବଢ଼ାଇଛି।
ଏହି ବିଷୟରେ ଡିସିଓ ଦାୟିତ୍ୱରେ ଥିବା ଏସ୍‌ଆଇ ସରୋଜ ସେଠୀ କୁହନ୍ତି, ଘଟଣା ସମ୍ପର୍କରେ ସେ ଅବଗତ ଅଛନ୍ତି। ଏ ନେଇ ଲିଖିତ ଅଭିଯୋଗ ହୋଇନାହିଁ। ମୌଖିକ ଅଭିଯୋଗ ଆଧାରରେ ପୋଲିସ ଘଟଣା ସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri