କଦଳୀ ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ସୁନାବେଡ଼ା,୯।୭: ସୁନାବେଡ଼ା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଝାଡ଼ଖଣ୍ଡ ବୋକାରୋ ଅଞ୍ଚଳର ରମନ କୁମାର ରାଉତ (୩୩) ଓ ରାଜୀବ କୁମାର ମହତ (୧୯)ଙ୍କୁ ଗିରଫ କରିଛି ବୋଲି ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମହାପାତ୍ର ସୂଚନା ଦେଇଛନ୍ତି।

ଗୁରୁବାର ରାତିରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ଟ୍ରକ୍‌( ଜେଏଚ୍‌-୦୯ଏଏସ୍‌-୪୩୩୫) ଦ୍ରୁତଗତିରେ ସୁନାବେଡ଼ାରୁ କୋରାପୁଟ ଅଭିମୁଖେ ଯାଉଥିଲା। ସନ୍ଦେହ ହେବାରୁ ପୋଲିସ ତାହାକୁ ଅଟକାଇ ଯାଞ୍ଚ କରିଥିଲା। ଉକ୍ତ ଟ୍ରକ୍‌ ଡାଲାରେ କଦଳୀ କାନ୍ଧି ମଧ୍ୟରେ ବହୁ ଗଞ୍ଜେଇ ପ୍ୟାକେଟ ପୋଲିସକୁ ମିଳିଥିଲା। ଜବତ ଗଞ୍ଜେଇର ଓଜନ ୧୨ କୁଇଣ୍ଟାଲ ୪ କେଜି ୭ ଶହ ଗ୍ରାମ, ଯାହାର ବଜାର ମୂଲ୍ୟ ୧କୋଟିରୁ ଊଦ୍ଧର୍‌ବ ଟଙ୍କା ହେବ ବୋଲି ପୋଲିସ କହିଛି। ପୋଲିସ ଏ ନେଇ ୯୧/୨୧ରେ ମାମଲା ରୁଜୁ କରିଛି। ପାଟ୍ରୋଲିଂ ବେଳେ ଏସ୍‌ଆଇ ନୀଳାଦ୍ରି କଂହର, ଏଏସ୍‌ଆଇ କେ.ସି. ବେହେରା, ହାବିଲଦାର ଏମ୍‌.ଏମ୍‌ .ସାବତ, କନ୍‌ଷ୍ଟେବଳ ଡି.କେ. ମାଝି, କେ.ଆର୍‌. ଖେମୁଣ୍ଡୁ ଓ ଏନ୍‌. ଭତ୍ରା ପ୍ରମୁଖ ସାମିଲ ଥିଲେ। ଏସ୍‌ଆଇ ମୁକୁନ୍ଦ ମେଲକା ଏହାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri