ଭୁବନେଶ୍ୱର, ୩ା୭(ବ୍ୟୁରୋ): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନୁଦାନ ଅର୍ଥକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍ ଜାରି କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍ଶା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଏହି ନୋଟିସ୍ ହୋଇଛି। ରୁସା ପକ୍ଷରୁ ମିଳିଥିବା ସହାୟତା ରାଶି ଠିକ୍ ଉପାୟରେ ଖର୍ଚ୍ଚ ହୋଇ ନ ଥିବା କିମ୍ବା ଖର୍ଚ୍ଚ ହୋଇଥିଲେ ବି କାମ ମନ୍ଥର ଗତିରେ ଚାଲିଥିବାକୁ ଏହି ନୋଟିସ୍ ଜାରି କରାଯାଇଛି। ସୂଚନାଯୋଗ୍ୟ, କ୍ୟାମ୍ପସରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ତିନି ବିଶ୍ୱବିଦ୍ୟାଳୟକୁ ରୁସା ପକ୍ଷରୁ ଅନୁଦାନ ମିଳିଥିଲା। କିନ୍ତୁ ଏହି ଅର୍ଥ ବିନିଯୋଗରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ଆସିବା ପରେ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ଏକ ଟିମ୍ ଯାଞ୍ଚ କରି ଇତିମଧ୍ୟରେ ବିଭାଗକୁ ରିପୋର୍ଟ ପ୍ରଦାନ କରିଛି।
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
Archives


