‘ଗୁହାରି ଶୁଣିଲେ ମହାପ୍ରଭୁ’

ବନ୍ତ,୧୧।୭(ସ୍ବ.ପ୍ର.)-ଏକଦା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥରେ ଦର୍ଶନ ବେଳେ ‘ମୋତେ ଦୟା କରନ୍ତନ୍ତି, ମୁଁ ବି ତୁମ ମୂର୍ତ୍ତି ଗଢ଼ନ୍ତି’ ବୋଲି ଗୁହାରି ଜଣାଇଥିଲେ। ଭାବର ଠାକୁର ସେଦିନ ଭକ୍ତର ଭାବ ବୁଝିଲେ। ତାଙ୍କ ଆଶୀର୍ବାଦରୁ ଦାରୁ ଦିଅଁଙ୍କ ମୂର୍ତ୍ତି ଗଢ଼ିବାର ସୌଭାଗ୍ୟ ମିଳିଛି। ଏ ହେଉଛି ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ନିକଟସ୍ଥ ବିଟିପୁର ଗ୍ରାମର ଯୁବ ଚିତ୍ରଶିଳ୍ପୀ ପଦ୍ମନାଭ ସେଠୀଙ୍କ ମନର କଥା। ତାଙ୍କ ହାତର ସ୍ପର୍ଶ ପାଇ ପଥର ଓ ମାଟି ଦେହରେ ଫୁଟି ଉଠେ ଜୀବନ୍ତ ଛବି। ଚିତ୍ରକଳା ହେଉ କି କାରୁ କଳା ସବୁଥିରେ ସେ ସିଦ୍ଧହସ୍ତ।
ପଦ୍ମନାଭ କହନ୍ତି, ପିଲାବେଳେ ମାଟିରେ ମୂର୍ତ୍ତି ଗଢ଼ିବା ସହ ଚିତ୍ରକଳା ପ୍ରତି ତାଙ୍କର ବିଶେଷ ଆଗ୍ରହ ଥିଲା। ପରେ ବିଭିନ୍ନ ଦେବଦେବୀଙ୍କ ମୃଣ୍ମୟୀ ମୂର୍ତ୍ତି ଗଢ଼ିବା ଓ ଛବି ଆଙ୍କିବା ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ଏହା ତାଙ୍କର ନିଶାରେ ପରିଣତ ହୋଇଥିଲା। ଭଦ୍ରକ ଚାରୁକଳା ମହାବିଦ୍ୟାଳୟରେ ସ୍ନାତକ ହାସଲ ପରେ ସ୍ବର୍ଗତ ରବିନାରାୟଣ ନାୟକଙ୍କ ପ୍ରେରଣାରେ ଆଗକୁ ବଢ଼ି ଚାଲିଲେ। ରଥଯାତ୍ରା ପୂର୍ବରୁ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମାଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ନୀତି ନିୟମରେ ରହି ମହାବାହୁଙ୍କ ମୂର୍ତ୍ତିରେ ରଙ୍ଗ ଦେଇଥାନ୍ତି। ଭଦ୍ରକ ଜିଲାସ୍ତରୀୟ ସାଂସ୍କୃତିକ ମହୋତ୍ସବ କିମ୍ବା ଅନ୍ୟ ଉତ୍ସବରେ ବାଲୁକା କଳାରେ ଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ଗଢ଼ି ସେ ପ୍ରଶଂସିତ ଓ ସମ୍ବର୍ଦ୍ଧିତ ହୋଇଛନ୍ତି। ବିଭିନ୍ନ ବିଦ୍ୟାଳୟର ପିଲା ଓ ସ୍ବୟଂସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ଟେରାକୋଟା ତାଲିମ ପ୍ରଦାନ ସହ ମହାପ୍ରଭୁଙ୍କ ବିଭିନ୍ନ ବେଶ କଳା ମାଧ୍ୟମରେ ପ୍ରଦର୍ଶିତ କରି ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ଏସବୁରେ ତାଙ୍କୁ ଆତ୍ମତୃପ୍ତି ମିଳିଥାଏ ବୋଲି ପଦ୍ମନାଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri