ରଥ ନେଲା ଦକ୍ଷିଣମୋଡ଼

ପୁରୀ ଅଫିସ,୧୧।୭: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୩ ରଥର ଦକ୍ଷିଣମୋଡ଼ କରି ସିଂହଦ୍ୱାରକୁ ନିଆଯାଇଛି। ସେବାୟତମାନେ ରଥଟାଣି ସିଂହଦ୍ୱାରରେ ପହଞ୍ଚାଇଛନ୍ତି। ଘଣ୍ଟଘଣ୍ଟା, ଛତା ଓ ତୁରୀ ମଧ୍ୟରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ଆସିବା ପରେ ରଥର ଦକ୍ଷିଣ ମୋଡ଼ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପୂଜାପଣ୍ଡା ସାମନ୍ତ ପର୍ଯ୍ୟାୟ କ୍ରମେ ୩ ରଥରେ ଆଜ୍ଞା ମାଳ ମହାରଣା ସେବାୟତଙ୍କୁ ପ୍ରଦାନ କରିଛନ୍ତି। ମହାପ୍ରଭୁଙ୍କ ମଙ୍ଗଳଆଳତି, ଅବକାଶ, ବେଶ ଭଳି ନୀତିକାନ୍ତି ସମ୍ପାଦନ ପରେ ସକାଳଧୂପ ଅନୁଷ୍ଠିତ ହୋଇଥିଲା। ପରେ ଆଜ୍ଞାମାଳ ବାହାରି ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ମହାପ୍ରଭୁଙ୍କ ଅଧରମାଳକୁ ଆଜ୍ଞାମାଳ ଭାବେ ପ୍ରଦାନ କରାଯାଇଥାଏ। ଆଜ୍ଞାମାଳ ଦେବାର ଉଦ୍ଦେଶ୍ୟ ହେଉଛି ଘୋଷଯାତ୍ରା ପାଇଁ ମହାପ୍ରଭୁଙ୍କ ବିଦ୍ଧିବଦ୍ଧ ଅନୁମତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ୍‌ କୁମାରଙ୍କ ଉପସ୍ଥିତିରେ ଆଜ୍ଞାମାଳ ପ୍ରଦାନ କରାଯାଇଥିବା ବେଳେ ମୁଖ୍ୟ ପ୍ରଶାସକ ସମର୍ପିତ ମନୋଭାବରେ ଆଜ୍ଞାମାଳକୁ ପ୍ରଣାମ କରି ଶୃଙ୍ଖଳିତ ଓ ବିନା ବାଦାବିଘ୍ନରେ ରଥଯାତ୍ରା ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଥମେ ନନ୍ଦିଘୋଷ, ପରେ ଦେବଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଟଣା ଯାଇଥିଲା। ରଥ ଉପରେ ଟାହିଆ ହଲେଇ ଡ଼ାହୁକ ରଥକୁ ଆଗେଇ ନେବା ପାଇଁ ସେବାୟତଙ୍କୁ ପ୍ରୋତ୍ସାହିତ କରିଥିବା ବେଳେ ଘଣ୍ଟୁଆମାନଙ୍କ ଘଣ୍ଟନାଦରେ ସିଂହଦ୍ୱାର ସମ୍ମୁଖ ପ୍ରକମ୍ପିତ ହୋଇଛନ୍ତି। ଜୟ ଜଗନ୍ନାଥ ଧ୍ୱନିରେ ସିଂହଦ୍ୱାର ସମ୍ମୁଖ ଭକ୍ତିମୟ ହୋଇଯାଇଥିଲା। କୋଭିଡ୍‌ କଟକଣା ମଧ୍ୟରେ ରଥର ଦକ୍ଷିଣମୋଡ଼ କାର୍ଯ୍ୟକ୍ରମ ସମ୍ପାଦିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର...

ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍‌…

ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି...

ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ

ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି...

ବିଜେଡିକୁ କାଉଣ୍ଟର କରିବା ପାଇଁ ଭାଜପାର ପ୍ରେସମିଟ୍‌

ଭୁବନେଶ୍ୱର,୮।୫: ବିଜେଡି ନେତା କାର୍ତ୍ତିକ କାଣ୍ଡିଆନଙ୍କ ପାହାନ୍ତିଆ ପ୍ରେସମିଟ୍‌ ପରେ ଏହାର କାଉଣ୍ଟର ଆଟାକ୍‌ କରିଛି ଭାରତୀୟ ଜନତା ପାର୍ଟି। ଭାଜପାର ପ୍ରେସମିଟ୍‌ କରି ସମୀର...

ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri