କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨।୭(ବ୍ୟୁରୋ):କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲର ଗୋତାମୁଣ୍ଡାଠାରେ ବସବାସ କରୁଥିବା ଆଦିବାସୀଙ୍କ ଉପରେ ଜୁନ୍‌ ୩୦ରେ ଆକ୍ରମଣ ହୋଇଥିଲା। ଦୀର୍ଘ ୨୦ବର୍ଷରୁ ଅଧିକ ଦିନ ଧରି ସେଠାରେ ରହିଆସୁଥିବା ଏହି ଆଦିବାସୀଙ୍କୁ କେତେଜଣ ଦୁର୍ବୃତ୍ତ ସଂଘବଦ୍ଧ ଆକ୍ରମଣ କରିବା ସହ ଟଙ୍କା, ଛେଳିମେଣ୍ଢା ନେଇଯାଇ ସେମାନଙ୍କ ଘର ଜାଳିଦେଇଥିଲେ। ନିରୀହ ଆଦିବାସୀଙ୍କ ଉପରେ ଅତ୍ୟାଚାର କରିଥିବା ଦୋଷୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଲୋକଶକ୍ତି ଅଭିଯାନର ସଭାପତି ପ୍ରଫୁଲ୍ଲ ସାମନ୍ତରାୟ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିଶନ କରିଛନ୍ତି।
ତାଙ୍କ ଅଭିଯୋଗ ଅନୁଯାୟୀ, ଘଟଣା ସମୟରେ ବନ ବିଭାଗର କେତେଜଣ କର୍ମଚାରୀ ଉପସ୍ଥିତ ଥିଲେ ମଧ୍ୟ ବିରୋଧ କରିବା ପରିବର୍ତ୍ତେ ଏହି ବର୍ବରତାକୁ ଉପଭୋଗ କରିଥିଲେ। ଏଥିରେ ଅନେକ ଆଦିବାସୀ ମହିଳା ଓ ପୁରୁଷ ଆହତ ହୋଇଥିଲେ। ଆକ୍ରମଣକାରୀଙ୍କ ହିଂସାରୁ ରକ୍ଷା ପାଇବା ପାଇଁ ଶେଷରେ ସେମାନେ ପଡୋଶୀ ଜିଲା ନବରଙ୍ଗପୁର ଚନ୍ଦାହାଣ୍ଡି ବ୍ଲକର ଏକ ସ୍ଥାନରେ ଆଶ୍ରୟ ନେଇଥିଲେ। ନିରୀହ ଆଦିବାସୀଙ୍କୁ ସେମାନଙ୍କ ଜାଗାରୁ ବିସ୍ଥାପିତ କରାଯିବାକୁ ଏଭଳି ଚକ୍ରାନ୍ତ କରାଯାଇଥିବା ନେଇ ପ୍ରଫୁଲ୍ଲ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି। ତେଣୁ ଘଟଣାର ତଦନ୍ତ କରି ଆଦିବାସୀ ପରିବାରଗୁଡ଼ିକୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପଇଁ ସେ କମିଶନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିବେ ସାରଦା ପ୍ରଧାନ, ଏହିଠୁ ଲଢିବେ…

ଭୁବନେଶ୍ୱର,୪।୫: ମାହଙ୍ଗାର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ସାରଦା ପ୍ରଧାନ ଚଳିତ ନିର୍ବାଚନ ଲଢିବା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ମାହାଙ୍ଗା ବିଧାନସଭା ଆସନରୁ ଲଢିବେ...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri