ଡାକ୍ତର ପ୍ରେମାନନ୍ଦଙ୍କୁ ‘ଗୋଲ୍ଡେନ୍‌ ଏମ୍‌ ଆଓ୍ବାର୍ଡ’

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବରିଷ୍ଠ ପେଟ ରୋଗ ଓ ଲାପାରୋସ୍କୋପି ସର୍ଜନ ଡା. ପ୍ରେମାନନ୍ଦ ପଟ୍ଟନାୟକଙ୍କୁ ଅନ୍ତର୍ଜାତୀୟ ସଂସ୍ଥା ବିଜ୍‌ନେସ୍‌ ସଲ୍ୟୁଶନ ପକ୍ଷରୁ ‘ଗୋଲ୍ଡେନ୍‌ ଏମ୍‌ ଆଓ୍ବାର୍ଡ’ ମିିଳିଛି। ଭର୍ଚୁଆଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଡା. ପଟ୍ଟନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ)ର ସଭାପତି ଜୟନ୍ତ ଲେଲେ, ପୂର୍ବତନ ସଭାପତି ଡା. ଅରୁଲରାଜ୍‌ ଓ ଥାଇରୋକେୟାରର ପ୍ରତିଷ୍ଠାତା ବେଳୁମଣି ପ୍ରମୁଖ ଯୋଗଦେଇଥିଲେ। ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ କଣ୍ଠପୁର ଗ୍ରାମରେ ଜନ୍ମିତ ଡା. ପଟ୍ଟନାୟକ ଏବେ ହାଇଟେକ୍‌ ମେଡିକାଲ କଲେଜରେ ଗ୍ୟାଷ୍ଟ୍ରୋସାଇନ୍ସ ବିଭାଗର ନିର୍ଦ୍ଦେଶକ ଓ ବିଭାଗୀୟ ମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ପବିତ୍ର ରଥଯାତ୍ରା ଉପଲକ୍ଷେ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ରବିବାରଠାରୁ ଡା. ପଟ୍ଟନାୟକଙ୍କ ଦ୍ୱାରା ଲାପାରୋସ୍କୋପି ସର୍ଜନ ମେଳା ଆରମ୍ଭ କରାଯାଇଛି। ଯେଉଁମାନଙ୍କ ପିତ୍ତସ୍ଥଳୀରେ ପଥର ରହିଛି ସେମାନେ ୮୯୮୪୪୦୭୨୮୧ ନମ୍ବରରେ ଯୋଗାଯୋଗ କରି ସ୍ବଳ୍ପ ଖର୍ଚ୍ଚରେ ଏପରି ସର୍ଜରୀ କରିପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri