ପେଟ୍ରୋଲ ବଢ଼ିଲା, ଡିଜେଲ କମିଲା

ଭୁବନେଶ୍ୱର/ନୂଆଦିଲ୍ଲୀ,୧୩।୭: ଦିନକର ବିରତି ପରେ ପୁଣି ଥରେ ପେଟ୍ରୋଲ ଦର ବୃଦ୍ଧି ପାଇଥିବା ବେଳେ ୮୮ ଦିନ ପରେ ପ୍ରଥମ ଥର ପାଇଁ ଡିଜେଲ ମୂଲ୍ୟ ହ୍ରାସ ପାଇଛି। ଏପ୍ରିଲ ୧୫ରେ ଶେଷ ଥର ପାଇଁ ଉଭୟ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଥିଲା। ଦେଶର ୪ ପ୍ରମୁଖ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଏପ୍ରିଲ ୧୫ରୁ ମେ’୩ ପର୍ଯ୍ୟନ୍ତ ତୈଳ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ନିର୍ବାଚନ ଫଳାଫଳ ଆସିଲା ପରେ ମେ’୪ ଠାରୁ କ୍ରମାଗତ ୭୦ ଦିନ ମଧ୍ୟରେ ପେଟ୍ରୋଲ ୩୯ ଏବଂ ଡିଜେଲ ୩୬ ଥର ବଢ଼ିଲାଣି। ଏହି ସମୟ ମଧ୍ୟରେ ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୧୦.୮୯ ଟଙ୍କା ଏବଂ ଡିଜେଲ ୯.୮୦ ଟଙ୍କା ବୃଦ୍ଧି ଘଟିଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୨୯ ବଢ଼ିଥିବା ବେଳେ ଡିଜେଲ ୧୭ ପଇସା ହ୍ରାସ ପାଇଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୧୦୨.୦୧ ଟଙ୍କା ଏବଂ ଡିଜେଲ ୯୭.୭୮ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ପେଟ୍ରୋଲ ଲିଟର ପିଛା ୧୦୨.୩୩ ଟଙ୍କା ଏବଂ ଡିଜେଲ ୯୮.୦୯ ଟଙ୍କାରେ କାରବାର ହେଉଛି। ଏହି ଦର ବୃଦ୍ଧି ଫଳରେ ସାରା ରାଜ୍ୟରେ ପେଟ୍ରୋଲ ଲିଟର ପିଛା ପ୍ରାୟ ୧୦୨ ଟଙ୍କାରେ ପହଞ୍ଚତ୍ୟାଇଛି। ସେହିଭଳି ବଲାଙ୍ଗୀର, ଗଜପତି, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର ଓ ମାଲକାନଗିରି ଭଳି ୮ ଜିଲାରେ ଡିଜେଲ ଦର ମଧ୍ୟ ୧୦୦ ଟଙ୍କା ଉପରେ ରହିଥିବା ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷରେ ନୂଆଦିଲ୍ଲୀରେ ପେଟ୍ରୋଲ ୨୮ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ୧୬ ପଇସା ହ୍ରାସ ଘଟିଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୧୦୧.୧୯ ଟଙ୍କା ଏବଂ ଡିଜେଲ ୮୯.୭୨ ଟଙ୍କାରେ ପହଞ୍ଚତ୍ଛି। ମେ’ ୪ ଠାରୁ ଦିଲ୍ଲୀରେ ପେଟ୍ରୋଲ ଉପରେ ୧୦.୭୯ ଟଙ୍କା ଏବଂ ଡିଜେଲ ୮.୯୯ ଟଙ୍କା ବୃଦ୍ଧି ପାଇଥିବା ତୈଳ କମ୍ପାନୀରୁ ସୂଚନା ମିଳିଛି।
ଏହି ଦର ବୃଦ୍ଧି ଫଳରେ ଦିଲ୍ଲୀ ସମେତ ଦେଶର ୧୮ ପ୍ରମୁଖ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, କର୍ନାଟକ, ଜମ୍ମୁ-କଶ୍ମୀର, ଓଡ଼ିଶା, ତାମିଲନାଡୁ, ବିହାର, କେରଳ, ପଞ୍ଜାବ, ସିକିମ, ପଶ୍ଚିମବଙ୍ଗ, ନାଗାଲାଣ୍ଡ, ପୁଡୁଚେରୀ ଓ ଲଦାଖରେ ପେଟ୍ରୋଲ ମୂଲ୍ୟ ୧୦୧ ଟଙ୍କା ଟପି ରେର୍କଡ ସ୍ତରରେ ପହଞ୍ଚତ୍ଛି। ସେହିପରି ଓଡ଼ିଶା ସମେତ ମଧ୍ୟପ୍ରଦେଶ ଓ ରାଜସ୍ଥାନର ବିଭିନ୍ନ ସ୍ଥାନରେ ଡିଜେଲ ଦର ମଧ୍ୟ ୧୦୦ ଟପିଯାଇଥିବା ସୂଚନା ମିଳିଛି।
ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୧୦୧.୯୨ ଟଙ୍କା, ୧୦୧.୩୫ ଟଙ୍କା ଏବଂ ୧୦୭.୨୦ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଏହିସବୁ ମେଟ୍ରୋ ସହରରେ ଡିଜେଲ ଦର ଯଥାକ୍ରମେ ୯୪.୨୪ ଟଙ୍କା, ୯୨.୮୧ ଟଙ୍କା ଏବଂ ୯୭.୨୯ ଟଙ୍କାରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri