Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ
ପାରିବାରିକ ପରିସ୍ଥିତି ପୂର୍ବପରି ରହିବା କାରଣରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ, କିନ୍ତୁ ସମସ୍ୟା ଲାଗିରହିବ। ଆଲୋଚନା ପରିସରରେ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିବ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା ଫଳରେ ମାନସିକ ସ୍ଥିରତା ରହି ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବା କାରଣରୁ ସାମୟିକ ବିଚଳିତ ହୋଇପାରନ୍ତି। ସରଳ ମନ ନେଇ ଅନ୍ୟକୁ ସହଜରେ ବିଶ୍ୱାସ କରି ପ୍ରତାରିତ ହୋଇପାରନ୍ତି।
ମିଥୁନ
ମିଥୁନ
ସମସ୍ୟା ସମାଧାନ ହେବା କାରଣରୁ ମାନସିକ ଶାନ୍ତି ପାଇବେ। ବହୁତ ଦିନରୁ ରହିଯାଇଥିବା ଅପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
କାମ ନ ଅଟକିଲେ ମଧ୍ୟ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଆକସ୍ମିକ ଆବଶ୍ୟକତା କାରଣରୁ ବନ୍ଧୁଙ୍କ ନିକଟରୁ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ଆତ୍ମୀୟମାନେ ସାହାଯ୍ୟର ପ୍ରତିଶ୍ରୁତି ଦେବା ହେତୁ ବ୍ୟବସାୟିକ ଦିଗଟି ଭଲ ରହିବ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରି ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ମନ ଭଲ ରହି ନ ପାରେ। ଈର୍ଷା ଓ ଅସୂୟା ମନୋଭାବ ପୋଷଣକରି ବନ୍ଧୁମାନେ ଅସହଯୋଗ କରି ସମସ୍ୟା ବୃଦ୍ଧି କରି ପାରନ୍ତି।
କନ୍ୟା
ହାତକୁ ନେଇଥିବା ଆଜିର କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭାଇଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବ୍ୟବସାୟ, ପରିବହନ, କୃଷି ଓ ବାଣିଜ୍ୟ କଥା ଚିନ୍ତା କରିପାରନ୍ତି।
ତୁଳା
ତୁଳା
ସକାଳୁ ସକାଳୁ ମନ କୌଣସି ଶୁଭ ଖବର ପାଇ ଖୁସି ହୋଇଯିବ। ଆଜି ଦିନ ଭିତରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମ ମୁଖର ହେବେ। ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନିଜର ଫାଇଦା ହାସଲ ପାଇଁ ପାଖପଡୋଶୀ ଫନ୍ଦିଫିକର ଚଳାଇପାରନ୍ତି।
ବିଛା
ବିଛା
କାର୍ଯ୍ୟହାନି କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିବେ। ଅବଶ୍ୟ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ଆଜିର ଯାତ୍ରା, ବାଣିଜ୍ୟ, ବନ୍ଧୁ ମିଳନ, ଅର୍ଥ ସମ୍ପର୍କ ପ୍ରଭୃତିରୁ ସୁଫଳ ପାଇବେ। ସମସ୍ତ କାମ ଠିକ୍‌ଠାକ୍‌ ଭାବେ ଚାଲିବ ଓ କୌଣସି ଅସୁବିଧା ହେବ ନାହିଁ। ନିଜ ଲୋକ ବିଶ୍ୱାସଘାତ କରିପାରନ୍ତି । ନିର୍ମାଣାଧୀନ କାମ, ନୂତନ ଚୁକ୍ତିପତ୍ର, ସଭାସମିତି, ଆନୁଷ୍ଠାନିକ କାମ ସାମାନ୍ୟ ସମସ୍ୟା ମଧ୍ୟରେ ସମ୍ପନ୍ନ ହୋଇପାରେ।
ମକର
ମକର
ନିଜର ଦୂରଦର୍ଶିତା ହେତୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କାର୍ଯ୍ୟସାଧନ ପରିପ୍ରେକ୍ଷୀରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।
କୁମ୍ଭ
କୁମ୍ଭ
ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଯୁକ୍ତିତର୍କ ସମୟରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମୀନମୀନ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ପରିବାରର ବରାଦ ଅନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟର ଉପକାର କରିଥିଲେ ମଧ୍ୟ ଠିକଣା ସମୟରେ ପ୍ରତିଦାନରେ କିଛି ପାଇବେ ନାହିଁ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri