ଗର୍ଭବତୀ ଅଛନ୍ତି କି ସୋନମ!

ବଲିଉଡ ଅଭିନେତ୍ରୀ ସୋନମ କପୁର ପ୍ରାୟ ଏକ ବର୍ଷ ପରେ ଭାରତ ଫେରିଛନ୍ତି। ସୋନମ ବିମାନବନ୍ଦରରେ ତାଙ୍କ ପିତା ଅଭିନେତା ଅନିଲ କପୁରଙ୍କୁ ଦେଖିବା ପରେ ଭାବପ୍ରବଣ ହୋଇଥିଲେ। ସୋନମ ଏକୁଟିଆ ଲଣ୍ଡନରୁ ମୁମ୍ବାଇ ଫେରିଥିଲେ। ଝିଅକୁ ଆଣିବା ପାଇଁ ଅନିଲ ବିମାନବନ୍ଦରରେ ପହଞ୍ଚିଥିଲେ। ସୋନମଙ୍କ ବିମାନବନ୍ଦରର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ସୋନମ ତାଙ୍କ ପିତାଙ୍କୁ ଦେଖିବା ପରେ ଭାବପ୍ରବଣ ଦେଖାଯାଉଛନ୍ତି। ପ୍ରଶଂସକମାନେ ତାଙ୍କୁ ଦେଖି ଖୁସି ଥିବାବେଳେ କିଛି ଲୋକ ସୋନମ ଗର୍ଭବତୀ ଥିବା ଅନୁମାନ କରୁଛନ୍ତି। ସୋନମଙ୍କ ଡ୍ରେସ୍‌ ପରିଧାନ ଦେଖି ଶୈଳୀ ଦେଖି ଲୋକେ ଏପରି କହିଛନ୍ତି।
ବିମାନବନ୍ଦରରୁ ସୋନମ କପୁର ବାହାରକୁ ଆସିବା ମାତ୍ରେ ସେ ଦେଖିଲେ ଯେ ପାପା ଅନିଲ କପୁର ତାଙ୍କୁ ନେବାକୁ ଆସିଛନ୍ତି, ସେ ନିଜକୁ ଅଟକାଇ ନ ପାରି ପାପା ପାପା ଡାକିବା ଆରମ୍ଭ କଲେ। ସେ ତାଙ୍କୁ ଦେଖିବା ହେବା ମାତ୍ରେ ଭାବପ୍ରବଣ ହୋଇ ଆଲିଙ୍ଗନ କରି କାନ୍ଦିବାକୁ ଲାଗିଲେ। ସୋନମ ଏବଂ ଅନିଲଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି। ସୋନମଙ୍କ ଭିଡିଓ ଉପରେ ମନ୍ତବ୍ୟ ଦେଇ ଜଣେ ୟୁଜର୍ସ ଲେଖିଛନ୍ତି, ସୋନମ ଗର୍ଭବତୀ ଅଛନ୍ତି। ଏହି ସମୟରେ, ଅନ୍ୟ ଜଣେ ୟୁଜର୍ସ ଲେଖିଛନ୍ତି, ସୋନମ ଗର୍ଭବତୀ ଥିବା ପରି ଦେଖାଯାଉଛି। ସୋନମ ଗତ କିଛି ମାସ ଧରି ସ୍ବାମୀ ଆନନ୍ଦ ଅହୁଜାଙ୍କ ସହ ଲଣ୍ଡନରେ ରହୁଥିଲେ।

सोनम कपूर


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri