ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଛେଣ୍ଡିପଦା,୧୪।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାରୁ ଗାଁର ଜଣେ ଯୁବକଙ୍କୁ ଅନ୍ୟ ଜଣେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିବା ଜଣା ପଡ଼ିଛି ।
ସୂଚନାନୁସାରେ, ଗାଁର ଜିତେନ୍ଦ୍ର ସାହୁ ଓ ପୀତବାସ ସାହୁଙ୍କ ମଧ୍ୟରେ ପୂର୍ବରୁ ଟଙ୍କା ନେଣଦେଣକୁ ନେଇ ଶତ୍ରୁତା ଲାଗି ରହିଥିଲା । ଏହାକୁ ନେଇ ଅନେକ ସମୟରେ ଉଭୟଙ୍କ ମଧ୍ୟରେ ଝଗଡା ମଧ୍ୟ ହେଉଥିଲା। ଗତକାଲି ମଧ୍ୟ ଝଗଡ଼ା ହୋଇଥିବା ବେଳେ ଜିତେନ୍ଦ୍ର ମଦ୍ୟପାନ କରି ପୀତବାସଙ୍କୁ ଗାଳି ଗୁଲଜ କରିଥିଲେ । ରାତିରେ ଜିତେନ୍ଦ୍ର ପାତ୍ରପଡ଼ା ଗଡଭିତର ସାହିରେ ଥିବା ମନ୍ଦିର ପାଖରେ ବସିଥିବା ବେଳେ ପୀତବାସ ଏକ ଟାଙ୍ଗିଆ ଧରି ଜିତେନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ । ରାସ୍ତା ଉପରେ ଗୋଡ଼ାଇ ଗୋଡ଼ାଇ ସେ ଜିତେନ୍ଦ୍ରଙ୍କୁ ହାଣି ହତ୍ୟା କରିଥିଲେ । ଖବରପାଇ ବାଗଡିଆ ଫାଣ୍ଡି ଏସ୍‌ଆଇ ଆଶିଷ କୁମାର ଦାଶ ଓ ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପୀତବାସଙ୍କୁ ଅଟକ ରଖିଥିବା ଜଣାପଡ଼ିଛି । ଏ ନେଇ ଖବରପାଇ ଆଠମଲ୍ଲିକ ଏସ୍‌ଡିପିଓ ଭବାନୀ ଶଙ୍କର ଉଦଗାତା, ନିଶା ଶିଳ୍ପାଞ୍ଚଳ ଥାନା ଅଧିକାରୀ ପ୍ରିୟବ୍ରତ ଦାଶ ଓ ଛେଣ୍ଡିପଦା ଥାନା ଅଧିକାରୀ ପହଞ୍ଚି ଛାନଭିନ୍‌ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri