Posted inଖେଳ

ଡବ୍ଲ୍ୟୁଟିସି ପାଇଁ ଆଇସିସିର ନୂଆ ପଏଣ୍ଟ ବ୍ୟବସ୍ଥା

ଦୁବାଇ, ୧୪।୭- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୂଆ ପଏଣ୍ଟ ବ୍ୟବସ୍ଥା ପ୍ରଚଳନ କରିବାକୁ ଯାଉଛି। ଏଥର ବିଜେତା ଦଳକୁ ୧୨, ଡ୍ର ପାଇଁ ୪ ଏବଂ ମ୍ୟାଚ ଟାଇ ରହିଲେ ୬ ପଏଣ୍ଟ ଲେଖାଏ ମିଳିବ। ଆସନ୍ତା ଅଗଷ୍ଟରେ ଭାରତ-ଇଂଲଣ୍ଡ ୫ ମ୍ୟାଚ ବିଶିଷ୍ଟ ସିରିଜରୁ ଡବ୍ଲ୍ୟୁଟିସିର ଦ୍ୱିତୀୟ ସଂସ୍କରଣ ଆରମ୍ଭ ହେବ।

ପୂର୍ବରୁ ପ୍ରତି ଟେଷ୍ଟ ସିରିଜ ପାଇଁ ୧୨୦ ପଏଣ୍ଟ ପ୍ରଦାନ କରାଯାଉଥିଲା। ୨ ମ୍ୟାଚ ବିଶିଷ୍ଟ ସିରିଜରେ ପ୍ରତ୍ୟେକ ମ୍ୟାଚ୍‌ ବିଜେତାକୁ ଦିଆଯାଉଥିଲା ୬୦ ପଏଣ୍ଟ। ଆଉ ୫ ମ୍ୟାଚ ବିଶିଷ୍ଟ ସିରିଜ୍‌ରେ ମ୍ୟାଚ୍‌ ପିଛା ୨୪ ପଏଣ୍ଟ ପ୍ରଦାନ କରାଯାଉଥିଲା।

ଗତଥରର ପଏଣ୍ଟ ବ୍ୟବସ୍ଥାକୁ ନାପସନ୍ଦ କରିଥିଲେ ବହୁ ପ୍ରାକ୍ତନ ଖେଳାଳି। ଏଥର ଏହାକୁ ସରଳୀକରଣ କରାଯାଇଛି ବୋଲି ଆଇସିସି କାର୍ଯ୍ୟକାରୀ ମୁଖ୍ୟ କାର୍ଯ୍ୟନିର୍ବାହୀ ଜେଫ୍‌ ଆଲାର୍ଡିସ ପ୍ରକାଶ କରିଛନ୍ତି। ପୂର୍ବ ପଏଣ୍ଟ ବ୍ୟବସ୍ଥାକୁ ସରଳୀକରଣ କରିବା ପାଇଁ ଆମକୁ ଫିଡ୍‌ବ୍ୟାକ୍‌ ମିଳିଥିଲା। କ୍ରିକେଟ କମିଟି ପ୍ରତି ମ୍ୟାଚ ପାଇଁ ପଏଣ୍ଟ ବ୍ୟବସ୍ଥାକୁ ସ୍ଥିରୀକୃତ କରିବାକୁ ବିଚାର କରିଥିଲା ବୋଲି ସେ କହିଛନ୍ତି। ଗତଥର କରୋନା ମହାମାରୀ ପାଇଁ ସମସ୍ତ ସିରିଜ ସମ୍ଭବ ହୋଇ ନ ଥିବାରୁ ଆମେ ର଼୍ୟାଙ୍କିଙ୍ଗ ବ୍ୟବସ୍ଥାରେ ପରିବର୍ତ୍ତନ କରି ଉପଲବ୍ଧ ପଏଣ୍ଟର ପ୍ରତିଶତକୁ ବିଚାରକୁ ନେଇଥିଲୁ। ଏହାଦ୍ୱାରା ଫାଇନାଲିଷ୍ଟ ନିର୍ଣ୍ଣୟ କରାଯାଇଥିଲା ବୋଲି ସେ ପ୍ରକାଶ କରିଛନ୍ତି।

ଡବ୍ଲ୍ୟୁଟିସିର ଦ୍ୱିତୀୟ ସଂସ୍କରଣ ୨୦୨୩ ଜୁନ୍‌ରେ ଶେଷ ହେବ। ଏଥିରେ ଆଉ ଏକ ୫ ମ୍ୟାଚ ବିଶିଷ୍ଟ ସିରିଜ(ଇଂଲଣ୍ଡ-ଅଷ୍ଟ୍ରେଲିଆ ଆଶେସ ସିରିଜ) ସାମିଲ ରହିବ। ଭାରତ ଆସନ୍ତା ବର୍ଷ ଅଷ୍ଟ୍ରେଲିଆ ଗସ୍ତ କରି ୪ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବ। ୯ଟି ଟେଷ୍ଟ ଦଳ ମୋଟ ୬ଟି ଲେଖାଏ (୩ ଘରୋଇ ପରିବେଶରେ ଏବଂ ୩ ବାହାରେ) ଟେଷ୍ଟ ସିରିଜ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri