Posted inଜାତୀୟ

ସ୍ଥିତାବସ୍ଥାରେ ପରିବର୍ତ୍ତନ ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ,୧୫ା୭: ଚାଇନା ଦ୍ୱାରା ସୀମାନ୍ତ ସ୍ଥିତାବସ୍ଥାରେ କୌଣସି ପ୍ରକାର ଏକପାଖିଆ ପରିବର୍ତ୍ତନକୁ ଭାରତ ଗ୍ରହଣ କରିବ ନାହିଁ। ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ ପୂର୍ବାବସ୍ଥା ଫେରାଇ ଆଣିବା ସହ ସୀମାରେ ଶାନ୍ତି ଓ ସ୍ଥିରତା ବଜାୟ ରହିବା ଜରୁରୀ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ବହିର୍ବ୍ୟାପାର ମନ୍ତ୍ରୀସ୍ତରୀୟ ବୈଠକ ଅବସରରେ ବୁଧବାର ଜୟଶଙ୍କର ତାଙ୍କ ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ ଓ୍ବିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ। ଏଥିରେ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ପ୍ରସଙ୍ଗ ସ୍ଥାନ ପାଇଥିଲା ବୋଲି ଜୟଶଙ୍କର ଟୁଇଟ୍‌ କରିଛନ୍ତି।
ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା ବୈଠକରେ ଉଭୟ ଜୟଶଙ୍କର ଏବଂ ଓ୍ବାଙ୍ଗ ତୁରନ୍ତ ଦୁଇ ଦେଶର ବରିଷ୍ଠ ସେନା କମାଣ୍ଡରସ୍ତରୀୟ ବୈଠକ ଆୟୋଜନ ପାଇଁ ରାଜି ହୋଇଥିଲେ। ସୂଚନାଯୋଗ୍ୟ ଗତବର୍ଷ ମେ’ରୁ ପୂର୍ବ ଲଦାଖର ଏକାଧିକ ସ୍ଥାନରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହେବା ସହ ରକ୍ତାକ୍ତ ସଂଘର୍ଷ ମଧ୍ୟ ଘଟିଥିଲା। ଅନେକ ପର୍ଯ୍ୟାୟ ସାମରିକ ଓ କୂଟନୈତିକ ଆଲୋଚନା ପରେ ଗତ ଫେବୃୟାରୀରେ ପୋଙ୍ଗୋଙ୍ଗ ସୋ ହ୍ରଦର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରୁ ଦୁଇ ଦେଶ ସୈନ୍ୟ ପ୍ରତ୍ୟାହାର କରିଥିଲେ।
ତାଜିକିସ୍ତାନ ରାଜଧାନୀ ଦୁଶାନ୍‌ବେରେ ଆୟୋଜିତ ଏସ୍‌ସିଓ ସମ୍ମିଳନୀରେ ରୁଷିଆ ଓ ଚାଇନାର ବହିର୍ବ୍ୟାପାର ମନ୍ତ୍ରୀମାନଙ୍କୁ ସମ୍ବୋଧିତ କରି ଜୟଶଙ୍କର ଆତଙ୍କବାଦ ଉପରେ ଲଗାମ ଲଗାଇବା ଜରୁରୀ ବୋଲି କହିଛନ୍ତି। ଆଫଗାନିସ୍ତାନର ଅତୀତ ଯେମିତି ଥିଲା ଭବିଷ୍ୟତ ସେମିତି ହୋଇପାରିବ ନାହିଁ। ହିଂସା ଓ ବଳ ପ୍ରୟୋଗ ଦ୍ୱାରା କ୍ଷମତା ଅପହରଣକୁ ବିଶ୍ୱ ବିରୋଧ କରେ। ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରୁ ଆମେରିକୀୟ ସୈନ୍ୟ ଫେରିବାରେ ଲାଗିଛନ୍ତି। ତାଲିବାନର ବଳ ବଢ଼ୁଥିବାବେଳେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri