ବସ୍‌ ଟିକସ ଛାଡ଼ ନେଇ ବିଚାର ଚାଲିଛି: ମନ୍ତ୍ରୀ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନରୁ ଦୀର୍ଘ ୧୬ ମାସ ହେବ ଗାଡିମଟର ଚଳାଚଳ ବନ୍ଦ ହୋଇ ରହିଛି। ଫଳରେ ବସ୍‌ ମାଲିକମାନେ ସର୍ବାଧିକ କ୍ଷତି ସହିଛନ୍ତି। ଏହାକୁ ଦୃଷ୍ଟି ଦେଇ ରାଜ୍ୟରେ ବସ୍‌ ଟିକସ ଛାଡ଼ ପାଇଁ ବିଚାର ଚାଲିଥିବା ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବୁଧବାର ସୂଚନା ଦେଇଛନ୍ତି। ଲକ୍‌ଡାଉନ ପରବର୍ତ୍ତୀ ବସ୍‌ ଚଳାଚଳ ସ୍ବାଭାବିକ ପାଇଁ ପଦକ୍ଷେପ ନିଆଯାଉଛି। ବସ୍‌ ମାଲିକଙ୍କ ଟିକସ ଛାଡ ସହ ଅନ୍ୟ ସୁବିଧା ପ୍ରଦାନ ନିମନ୍ତେ ବିଚାର ଚାଲିଛି। କାଟାଗୋରି- ବି ଜିଲାଗୁଡିକରେ ବସ୍‌ ଚଳାଚଳ କରିବ ନା ନାହିଁ ନିଷ୍ପତ୍ତି ନିଆଯିବ। ମନ୍ତ୍ରୀ ବେହାରା କହିଛନ୍ତି, ଏବେ ମଧ୍ୟ ଆମେ କରୋନାରୁ ବାହାରି ପାରିନାହାନ୍ତି। ରାଜ୍ୟରେ ବର୍ତ୍ତମାନ ଲକ୍‌ଡାଉନ ଜାରି ରହିଛି। ଏ-କାଟାଗୋରି ୨୦ ଜିଲାରେ ବସ୍‌ ଚଳାଚଳ କରିବାକୁ ଅନୁମତି ଦିଆଯାଇଛି। ୧୦ ଜିଲାରେ ବସ୍‌ ଚଳାଚଳ ବନ୍ଦ ରହିଛି। ତେବେ ଲକ୍‌ଡାଉନର ପରବର୍ତ୍ତୀ ପର୍ଯ୍ୟାୟରେ ବସ୍‌ ଚଳାଚଳ କରିବ ନା ନାହିଁ ଏହା ଉପରେ ନିଷ୍ପତ୍ତି ନିଆଯିବ। ନିଶ୍ଚିତଭାବେ ବସ୍‌ ଚଳାଚଳ ନେଇ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ବେହେରା କହିଛନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ ରାଜ୍ୟ ବସ୍‌ ମାଲିକ ସଂଘ ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଟିକସ ଛାଡ ସହ ପ୍ରତି ବସ୍‌ ପିଛା ୧ ଲକ୍ଷ ଟଙ୍କା ସୁଧ ବିହୀନ ଋଣ ଓ କର୍ମଚାରୀଙ୍କୁ ଆର୍ଥିକ ପ୍ୟାକେଜ ପ୍ରଦାନ ଲାଗି ଦାବି କରାଯାଇଛି। ନଚେତ୍‌ ଆସନ୍ତା ୧୬ତାରିଖରୁ ଲକ୍‌ଡାଉନ ଖୋଲିଲେ ମଧ୍ୟ ରାଜ୍ୟରେ ଚାଲୁଥିବା ୧୪ ହଜାର ବସ୍‌ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri