ମିଶନ ଶକ୍ତିକୁ ୪୫୩.୫ କୋଟି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ତଦନୁଯାୟୀ ରାଜ୍ୟର ୩୩୮ ବ୍ଲକସ୍ତରୀୟ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବ। ସମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (ରିଲଭିଂ ଫଣ୍ଡ) ଏବଂ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର ଋଣ ଉପରେ ସୁଧ ଫେରସ୍ତ ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ୭୦ ଲକ୍ଷ ମା’ମାନଙ୍କ ଏକ ବିରାଟ ଅନୁଷ୍ଠାନ ହେଉଛି ମିଶନ ଶକ୍ତି। ଏହା ଓଡ଼ିଶାର ବିକାଶ ବାହିନୀ। ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା’ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ। କୋରାପୁଟର ବୋରିଗୁମ୍ମାଠାରୁ ଆରମ୍ଭ କରି କଟକର ନିଆଳି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ଲକସ୍ତରୀୟ ମହାସଂଘର ମା’ମାନଙ୍କ କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଶ୍ବାସ ହେଉଛି ଯେ, ଦିନେ ଆପଣମାନଙ୍କ ଭିତରୁ ବଡ଼ ବଡ଼ ଉଦ୍ୟୋଗୀ ବାହାରିବେ ବୋଲି ବିଭିନ୍ନ ମିଶନ ଶକ୍ତି ମହାସଂଘ କର୍ମକର୍ତ୍ତା ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି। ମିଶନ ଶକ୍ତିଗୁଡ଼ିକୁ ରାଜ୍ୟ ସରକାର ବିନା ସୁଧରେ ଋଣ ଦେଉଛନ୍ତି। ଗତ ବର୍ଷ ସୁଧ ରିହାତି ଭାବରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କା ଦେଇଥିବା ବେଳେ ଏବର୍ଷ ଏହାକୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭିଡିଓ କନଫରେନ୍ସରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳାମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର ପ୍ରମୁଖ ସେମାନଙ୍କର ମତାମତ ରଖିିଥିଲେ। ଏହି ଅବସରରେ ବ୍ରହ୍ମପୁର, ଢେଙ୍କାନାଳ ଓ ବାରିପଦାର ୩ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଆଚାର ବ୍ୟବସାୟ ପାଇଁ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ତରଫରୁ ଏକକାଳୀନ ୪୭ ଲକ୍ଷ ଟଙ୍କାର ଋଣ ଦିଆଯାଇଥିଲା। ସୂଚନାଯୋଗ୍ୟ ଯେ ସେମାନଙ୍କ ଦ୍ବାରା ଉତ୍ପାଦିତ ୧୨୦ ମେଟ୍ରିକ ଟନ୍‌ ଆଚାର ମିଶନ ଶକ୍ତି ଦ୍ବାରା ପରିଚାଳିତ ରାଜ୍ୟର ୧୭୭ ଆହାର କେନ୍ଦ୍ରରେ ବ୍ୟବହାର ହେଉଛି।
ମିଶନ ଶକ୍ତି କମିଶନର ତଥା ସଚିବ ସୁଜାତା କାର୍ତ୍ତିକେୟନ ସ୍ବାଗତ ଭାଷଣରେ କହିଲେ ଯେ ଗୋଟିଏ ଯୋଜନାକୁ ଏକ ସ୍ବତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡ଼ିଶା ହେଉଛି ଦେଶରେ ଏକମାତ୍ର ରାଜ୍ୟ। ଏଥିରୁ ମହିଳାମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ତ୍ୱ ଦେଉଛନ୍ତି, ତାହା ଅନୁମେୟ। ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତିର ମା’ମାନଙ୍କ ପାଇଁ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri