Posted inଖେଳ

ବ୍ରିଟିଶ ଗ୍ରାଁପ୍ରି ଜିତିଲେ ହାମିଲଟନ

ସିଲ୍‌ଭରଷ୍ଟୋନ୍‌, ୧୯ା୭(ଏପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ନାଟକୀୟ ଭାବେ ବ୍ରିଟିଶ ଫର୍ମୁଲା ଓ୍ବାନ ଗ୍ରଁାପ୍ରି ମୋଟର ରେସ୍‌ ଜିତିଛନ୍ତି। ୧୦ସେକେଣ୍ଡ ପେନାଲ୍ଟି ସତ୍ତ୍ୱେ ସେ ଫେରାରିର ଚାଲର୍‌ଡ ଲେକ୍‌ରେକଙ୍କୁ ପଛରେ ପକାଇ ଏଠାରେ ଟାଇଟଲ ବିଜୟୀ ହୋଇଛନ୍ତି। ତାଙ୍କ ଟିମ୍‌ମେଟ୍‌ ଭାଲଟେରୀ ବୋଟାସ ତୃତୀୟ ହୋଇଛନ୍ତି। ଚଳିତ ସିଜନରେ ହାମିଲଟନଙ୍କର ଏହା ଚତୁର୍ଥ ଟାଇଟଲ। ୮ମ ଥର ପାଇଁ ସେ ବ୍ରିଟିଶ ଗ୍ରାଁ ପ୍ରି ଚାମ୍ପିୟନ ହୋଇପାରିଛନ୍ତି। ଏଠାରେ ବିଜୟ ଦ୍ୱାରା ସେ ଡ୍ରାଇଭର୍ସ ଷ୍ଟାଣ୍ଡିଂରେ ଭର୍ଷ୍ଟାପେନ୍‌ଙ୍କଠାରୁ ମାତ୍ର ୮ପଏଣ୍ଟ ବ୍ୟବଧାନରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ପ୍ରଥମ ଲାପ୍‌ରେ ଦୁର୍ଘଟଣା ପରେ ଫର୍ମୁଲା ଓ୍ବାନ ଚାମ୍ପିୟନଶିପ୍‌ ଲିଡର ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ରେସ୍‌ରୁ ଓହରି ଯାଇଥିଲେ। ହାମିଲଟନଙ୍କ କାର୍‌ର ଆଗ ଚକା ଭର୍ଷ୍ଟାପେନଙ୍କ କାରର ପଛ ଚକା ଛୁଇଁବାରୁ ଭର୍ଷ୍ଟାପେନ୍‌ଙ୍କ କାର୍‌ ବ୍ୟାରିୟର ସହ ଜୋର୍‌ରେ ପିଟି ହୋଇଯାଇଥିଲା। ବ୍ୟାରିୟରର ମରାମତି ପାଇଁ ରେସ୍‌କୁ କିଛି ସମୟ ସ୍ଥଗିତ ରଖାଯାଇଥିଲା। ହାମିଲଟନଙ୍କୁ ୧୦ସେକେଣ୍ଡ ପେନାଲ୍ଟି ହୋଇଥିଲା। ଦୁର୍ଘଟଣା ପରେ ଭର୍ଷ୍ଟାପେନ୍‌ ଯଦିଓ କାର୍‌ରୁ ସୁରକ୍ଷିତ ଭାବେ ବାହାରିଥିଲେ, ସତର୍କତାମୂଳକ ପରୀକ୍ଷା ପାଇଁ ତାଙ୍କୁ ସ୍ଥାନୀୟ ଏକ ହସ୍ପିଟାଲକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri