ତାଳଦଣ୍ଡା କେନାଲ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବ

କଟକ ଅଫିସ,୧୯ା୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର କଟକ ତାଳଦଣ୍ଡା କେନାଲ, ନେତାଜୀ ବସ୍‌ ଟର୍ମିନାଲ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସେ ପ୍ରଥମେ ତାଳଦଣ୍ଡା କେନାଲର ଉନ୍ନତୀକରଣ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ଏହି ଅବସରରେ ସେ କହିଛନ୍ତି, କେନାଲ ଜାତୀୟ ରାଜପଥ ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବା ଲାଗି ଲକ୍ଷ୍ୟ ରଖାଯାଇଛି। ଯୋବ୍ରାରୁ ରାଣୀହାଟ ପୋଲ ପର୍ଯ୍ୟନ୍ତ ସଫେଇ ସହ ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିଛି। ଏହି କେନାଲ ୬୩ ହଜାର ୭୫୧ ହେକ୍ଟର ଜମିକୁ ଜଳ ଯୋଗାଉଥିବାରୁ ଏହାର ପୁନରୁଦ୍ଧାର କାର୍ଯ୍ୟ ଜରୁରୀ ଥିଲା ବୋଲି ପାଣ୍ଡିଆନ କହିଛନ୍ତି ା ଏହାପରେ ସେ ଖାନ୍‌ନଗରଠାରେ ନିର୍ମାଣାଧୀନ ନେତାଜୀ ବସ୍‌ ଟର୍ମିନାଲ କାମର ସମୀକ୍ଷା କରିଥିଲେ। ଏ ସଂକ୍ରାନ୍ତରେ ଅଧିକାରୀଙ୍କ ସହ ଆଲୋଚନା କରିବା ସହିତ ପ୍ରକଳ୍ପ ପରିସରରେ ଥିବା ପାଠାଗାରର ସ୍ଥାନାନ୍ତର ପାଇଁ ନୂଆ ସ୍ଥାନ ଚିହ୍ନଟ କରିବାକୁ ପରାମର୍ଶ ଦେଇଥିଲେ। ଆସନ୍ତା ୧୦ ଦିନ ମଧ୍ୟରେ ପାଠାଗାର ସ୍ଥାନ ଚିହ୍ନଟ ସମ୍ପର୍କରେ ରିପୋର୍ଟ ଦେବା ଲାଗି ସେ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୧୨ ଏକର ଜମିରେ ନିର୍ମାଣାଧୀନ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ ଲାଗି ପ୍ରାୟ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ ଓ ୨୦୨୨ ଅଗଷ୍ଟ ସୁଦ୍ଧା ଶେଷ କରିବା ଲାଗି ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଥିଲେ। ଏଥିସହ ପାଣ୍ଡିଆନ କଟକ ଏସ୍‌ସିବି ମେଡିକାଲ ଓ କଲେଜର ଆଧୁନିକୀକରଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ। ଏହି ଆଲୋଚନାବେଳେ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାର, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍‌. ଭିନିଲ କ୍ରିଷ୍ଣା, କେନ୍ଦ୍ରାଞ୍ଚଳ ଆର୍‌ଡିସି ଏ.କେ. ସାମଲ, ଜିଲାପାଳ ଭବାନୀ ଶଙ୍କର ଚୟନୀ ଓ କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ନୂଆ ଜ୍ଞାନକୌଶଳରେ ଚାଲିଥିବା ଐତିହାସିକ ତାଳଦଣ୍ଡା କେନାଲର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବର୍ତ୍ତମାନ ଏହାର ରୂପ ବଦଳିଛି। ଅତ୍ୟାଧୁନିକ ଓ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ସିମେଣ୍ଟ ମିଶ୍ରିତ ସିନ୍ଥେଟିକ୍‌ ମାଟ୍ରେସ୍‌ ବ୍ୟବହାର କରାଯାଇ ଲାଇନିଂ କାର୍ଯ୍ୟ ହୋଇଛି। କେନାଲକୁ ଆବର୍ଜନାମୁକ୍ତ କରିବା ପାଇଁ ଉଭୟ ପାର୍ଶ୍ୱରେ ଉଚ୍ଚ ତାରଜାଲି ଲଗାଯିବା ସହ ନୌକାବିହାରର ଯୋଜନା ରହିଛି।
ସୂଚନାଥାଉ କି, ବ୍ରିଟିଶ ଅମଳରେ ହୋଇଥିବା ଏହି କେନାଲ ଐତିହାସିକ କୀର୍ତ୍ତି ଦୃଷ୍ଟିରୁ ଗୁରୁତ୍ୱ ବହନ କରେ। ମହାନଦୀର ଯୋବ୍ରାଠାରୁ ବାହାରି ଏହି କେନାଲ ପାରାଦୀପ ପର୍ଯ୍ୟନ୍ତ ଲମ୍ବିଛି। କେନାଲର ପରିଷ୍କାର ଓ ଉନ୍ନତୀକରଣ ପାଇଁ ଯୋବ୍ରାରୁ ରାଣୀହାଟ ବ୍ରିଜ୍‌ ପର୍ଯ୍ୟନ୍ତ ୧.୫ କି.ମି. ଅଂଶକୁ ଲାଇନିଂ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ। ଏହା ଜଳସେଚନର ସୁବିଧା ତଥା ଐତିହାସିକ ଗୁରୁତ୍ୱ ବହନ କରୁଥିବା ଦୃଷ୍ଟିରୁ ଏହାକୁ ନବୀକରଣ ପାଇଁ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri