Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ
ଆଜି ବହୁତ ଦିନରୁ ଚିନ୍ତା କରି ପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳି ଯିବ। ଅଭାବ ନ ଥିଲେ ମଧ୍ୟ କେତେକ ଘଟଣା କୃତ୍ତିକାର ମନକୁ ଅଶାନ୍ତ ରଖିପାରେ।
ବୃଷ
ବୃଷ
ସତ୍ୟ କହିବାରୁ ପ୍ରତ୍ୟେକ କ୍ଷେତ୍ରରେ ନିଜ ଲୋକମାନେ ଦୂରତା ବଜାୟ ରଖିବେ। ମୃଗଶିରାର ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି। ସଭାସମିତି, ସଂଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ସଦ୍‌ଭାବ ବୃଦ୍ଧି ପାଇବା ଲକ୍ଷ୍ୟକରି ଖୁସି ହୋଇପାରନ୍ତି।
ମିଥୁନ
ମିଥୁନ
ଆର୍ଥିକ ସଂକଟ ରହିବ ନାହିଁ। ବନ୍ଧୁଙ୍କଠାରୁ ହାତ ଉଧାରି ଆଣି ଆବଶ୍ୟକତା ପୂରଣ କରିନେବେ। କେହି ପଡୋଶୀ ପ୍ରତିବାଦର ସ୍ବର ଉଠାଇଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ସପକ୍ଷରେ ମତ ଦେଇପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇ ମଧ୍ୟ ହାତଛଡ଼ା କରିବେ। ପୁନର୍ବସୁର ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ।
କର୍କଟ
କର୍କଟ
ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ। ଅଶ୍ଳେଷାର ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟିହୋଇପାରେ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଆଜି ବନ୍ଧୁଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ମିଳିବ। ଅଧିକାଂଶ ସମୟ ବାହାରେ ରହିବାରୁ ମନ ଭଲ ରହି ନ ପାରେ। ମଘା ନକ୍ଷତ୍ର କାମଗୁଡିକ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ। କାର୍ଯ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ। ପରିସ୍ଥିତିବଶତଃ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।
କନ୍ୟା
ହସ୍ତା ନକ୍ଷତ୍ରର ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ କଷ୍ଟ ସ୍ବୀକାର କରିବାକୁ ପଡିପାରେ। ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିବା କାରଣରୁ ଦୁଃଖ ପ୍ରକାଶ କରି ପାରନ୍ତି। ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ମନରେ ବିଭିନ୍ନ ଦୁର୍ଭାବନା ବଢି ଚାଲିବାରୁ କାମ ଶୃଙ୍ଖଳିତ ହେବନାହିଁ। ଅବସ୍ଥାକୁ ଦେଖି ବ୍ୟବସ୍ଥା ନ କଲେ ଅନାକାକ୍ଷିଂତ ସମସ୍ୟା ଦେଖାଦେଇପାରେ। ଚିତ୍ରା ନକ୍ଷତ୍ର ଆଜିର ଫେରନ୍ତା ବାଟରୁ ଆପଣ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ। ବ୍ୟବସାୟରେ ବିଶେଷ ଲାଭ ନ ହେଲେ ସୁଦ୍ଧା କ୍ଷତିର ସମ୍ଭାବନା ନାହିଁ କହିଲେ ଚଳେ।
ବିଛା
ବିଛା
ଆଜି ଯେଉଁ କାମ ହାତକୁ ନେବେ ନିର୍ବିଘ୍ନରେ ସମ୍ପନ୍ନ ହେବ। ସମସ୍ୟାର ସମାଧାନ ପାଇଁ ତପତ୍ରତା ପ୍ରକାଶ କରିପାରିଲେ ସଫଳତା ଅବଶ୍ୟ ମିଳିବ। ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ଅନୁରାଧାର ନିକଟ ସମ୍ପର୍କୀୟମାନେ ଉପର ମନରେ ସ୍ନେହ, ଶ୍ରଦ୍ଧା ଦେଖାଇ ଭିତରେ ଭିତରେ ଚେର କାଟି ପାରନ୍ତି।
ଧନୁ
ଧନୁ
ମୂଳା ନକ୍ଷତ୍ର ଚିନ୍ତା କରିଥିବା ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଅଫିସରେ ଚାପର ସମ୍ମୁଖୀନ ହୋଇପାରନ୍ତି। ଦୀର୍ଘ ପଥ ଭ୍ରମଣ ସ୍ବାସ୍ଥ୍ୟ ସକାଶେ ବାଧକ ସାଜିପାରେ କିନ୍ତୁ ସତର୍କତା ଅବଲମ୍ବନୀୟ। ବ୍ୟବସାୟିକ ସଫଳତା ଓ ରାଜନୈତିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ।
ମକର
ମକର
ଶ୍ରବଣା ଅନ୍ୟର ମନ ଅନୁଯାୟୀ କାମ କରି ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢାଇବାର ସମ୍ଭାବନା ରହିଛି। ନିର୍ମାଣ, ମରାମତି କାମ ଓ ପ୍ରତିଟି କଥାରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଭୁଲ୍‌ ବୁଝାମଣା ବୃଥା ସନ୍ଦେହ ଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ।
କୁମ୍ଭ
କୁମ୍ଭ
ଶତଭିଷା ବନ୍ଧୁଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ଯାହା ଖୋଜୁଛନ୍ତି ତାହା ଅବଶ୍ୟ ଆଜି ପାଇବେ ଏବଂ ପ୍ରତିବେଶୀଙ୍କ ସାହାଯ୍ୟ ଓ ସହଯୋଗରୁ ଉପକୃତ ହେବେ। ଗୋପନୀୟ କଥା ପ୍ରଘଟ ହେବା କାରଣରୁ ବିଶେଷ ଚିନ୍ତାକୁଳ ହୋଇପାରନ୍ତି। ଭ୍ରମଣ, ରାଜନୀତି, ପ୍ରଶାସନ ତଥା ବ୍ୟବସାୟ ପାଇଁ ଦିନଟି ବହୁତ ଭଲ।
ମୀନମୀନ
କର୍ମକ୍ଷେତ୍ରରେ କାଳକ୍ଷେପଣ ନୀତି ଓ ଅବହେଳା ଯୋଗୁ ଅନୁତାପ କରି ପାରନ୍ତି। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଉତ୍ତରଭାଦ୍ରବ ପାରିବାରିକ ବ୍ୟତିକ୍ରମକୁ ସୁଧାରି ନେବାର ପ୍ରଯନତ୍ କରି ପାରନ୍ତି। ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି, ଗବେଷଣା, ଆଲୋଚନା, ସେବାସଂସ୍ଥା, ରାଜନୀତି ଓ କଳା, ସାହିତ୍ୟରୁ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri