ରାଜ୍ୟରେ ପୁଣି ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର୨୦,।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ସୋମବାର ଏହି ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ୨ ହଜାର ଉପରେ ରହିଛି। ମଙ୍ଗଳବାର ୨୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୮୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୫୮ ହଜାର ୫୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨୮ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୭୩, ବାଲେଶ୍ୱରରୁ ୧୧୩, ବରଗଡ଼ରୁ ୧୫, ଭଦ୍ରକରୁ ୧୭୩, ବଲାଙ୍ଗୀରରୁ ୭, ବୌଦ୍ଧରୁ ୩, କଟକରୁ ୨୧୦, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪୧, ଗଜପତିରୁ ୧୯, ଗଞ୍ଜାମରୁ ୧୪, ଜଗତ୍‌ସିଂହପୁରରୁ ୧୦୮, ଯାଜପୁରରୁ ୧୩୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧୦, କନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୯୪, କେନ୍ଦୁଝରରୁ ୨୪ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧୬, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୮୪, ନବରଙ୍ଗପୁରରୁ ୧୮ , ନୟାଗଡ଼ରୁ ୬୦ , ନୂଆପଡ଼ାରୁ ୫, ପୁରୀରୁ ୧୦୬, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୩୬ ସୁବର୍ଣ୍ଣପୁରରୁ ୪ ଓ ସୁନ୍ଦରଗଡ଼ରୁ ୨୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୧୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri