Posted inଜାତୀୟ

ଜାତିଭିତ୍ତିକ ଜନଗଣନା ହେବନି

ନୂଆଦିଲ୍ଲୀ, ୨୧ା୭: ଦେଶରେ କେଉଁ ଜାତିର କେତେ ସଂଖ୍ୟାରେ ଲୋକ ଅଛନ୍ତି, ସେ ଭିତ୍ତିରେ ଜନଗଣନା ହେବ ନାହିଁ। କେବଳ ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସି, ଏସ୍‌ଟି)ଙ୍କ ସଂଖ୍ୟା ଗଣନା କରାଯିବ ବୋଲି କେନ୍ଦ୍ର ସରକାର ମଙ୍ଗଳବାର ଲୋକ ସଭାରେ କହିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ କହିଥିଲେ, ମହାରାଷ୍ଟ୍ର ଏବଂ ଓଡ଼ିଶା ସରକାର ଆସନ୍ତା ଜନଗଣନାରେ ବିଭିନ୍ନ ଜାତିର ଲୋକସଂଖ୍ୟା ବାବଦରେ ଜାଣିବା ପାଇଁ ଅନୁରୋଧ କରିଥିଲେ। ସମ୍ବିଧାନର ବ୍ୟବସ୍ଥା ଅନୁଯାୟୀ ଲୋକ ସଭା ଏବଂ ବିଧାନସଭାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ସଂଖ୍ୟା ଅନୁପାତରେ ଆସନ ସଂରକ୍ଷଣ କରାଯାଇଛି। ତେଣୁ ଏସ୍‌ସି, ଏସ୍‌ଟିଙ୍କୁ ବାଦ୍‌ ଦେଇ ଜାତିଭିତ୍ତିକ ଗଣନା କରା ନ ଯିବାକୁ ଭାରତ ସରକାର ସ୍ଥିର କରିଥିବା ସେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ପ୍ରକାଶ କରିଛନ୍ତି। ୨୦୧୯ ମାର୍ଚ୍ଚ ୨୮ରେ ଦେଶରେ ଜନଗଣନା ହେବା ପାଇଁ ଗେଜେଟ୍‌ ଅଫ୍‌ ଇଣ୍ଡିଆରେ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ହେଁ କରୋନା ମହାମାରୀ ଯୋଗୁ ତାହା ହୋଇପାରି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri