ବାଘଛାଲ ବିକ୍ରି ବେଳେ ଧରାପଡ଼ିଲେ

ଦେବଗଡ଼,୨୧ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି(୪୫), ନାକଟିଦେଉଳ ଥାନା ତିଲେଇମାଳ ଗ୍ରାମର ରତିଆ କିଡୋ(୨୯), ଅଜିତ କୁମାର ଲାକ୍ରା(୩୦), ଜମନକିରା ଥାନା ଗୁଳଜିପାଲି ଗ୍ରାମର ପଦ୍ମନାଭ ଦଣ୍ଡପାଟ(୬୬)।

ବନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁର ଜିଲା ରେଢାଖୋଲ ବନଖଣ୍ଡ ଅନ୍ତର୍ଗତ ନାକଟିଦେଉଳ ଫରେଷ୍ଟ ରେଞ୍ଜ ଜଙ୍ଗଲ ମଧ୍ୟରୁ ଏକ କଲରାପତରିଆ ବାଘ ଶିକାର ପରେ ଏହାର ଛାଲକୁ ବିକ୍ରି ପାଇଁ ଉଦ୍ୟମ ହେଉଥିଲା। ଏନେଇ ଦେବଗଡ଼ ବନଖଣ୍ଡ ଅଧିକାରୀ କ୍ଷମା ଷଡଙ୍ଗୀ କୌଣସି ସୂତ୍ରରୁ ସୂଚନା ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଦେବଗଡ଼ ରେଞ୍ଜର ଦେବଦତ୍ତ ନନ୍ଦ, ରିଆମାଳ ରେଞ୍ଜର ମହେନ୍ଦ୍ର ସାହୁ, ଦେବଗଡ ଫରେଷ୍ଟର ପ୍ରସନ୍ନ ସାହୁ, ଲଇମୁରା ଫରେଷ୍ଟର ଛବିଳ ବେହେରା, ଦେବଗଡ଼ ଫରେଷ୍ଟଗାର୍ଡ ଭୋଳେଶ୍ୱର ସାହୁ ଓ ତିଲେଇବଣି ଫରେଷ୍ଟ ଗାର୍ଡ ଅଶୋକ ପାନ୍ନାଙ୍କୁ ନେଇ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଥିଲା। ଉପରୋକ୍ତ ବେପାରୀମାନେ ମଙ୍ଗଳବାର ସନ୍ଧ୍ୟାରେ ନାକଟିଦେଉଳ ପଟୁ ରିଆମାଳ ଆଡକୁ ଆସୁଥିଲେ। ବନ ବିଭାଗ ସ୍ବତନ୍ତ୍ର ସ୍କ୍ବାଡ୍‌ ରିଆମାଳ-ନାକଟିଦେଉଳ ମଧ୍ୟରେ ଥିବା ରିଆମାଳ ଫରେଷ୍ଟ ରେଞ୍ଜ ସିନ୍ଦୁରକଲି ଜଙ୍ଗଲ ରାସ୍ତାରେ କାବୁ କରିଥିଲେ। ବାଘଛାଲ ଓ ୬ଟି ମୋବଇଲ ଫୋନ ଜବତ କରିଥିଲେ। ସେମାନଙ୍କୁ ପଚରାଉଚରା ପରେ ବୁଧବାର ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବନ ବିଭାଗ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri