ଭୁବନେଶ୍ୱରରେ ୨୩୫ ଡେଙ୍ଗୁ ରୋଗୀ, ଦିନକରେ ୪୩ ଚିହ୍ନଟ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଭୁବନେଶ୍ୱରରେ ଭୟଙ୍କର ରୂପ ନେଲାଣି ଡେଙ୍ଗୁ। ଗତ ୧୫ ତାରିଖ ସୁଦ୍ଧା ସହରରୁ ୧୧୩ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ଶେଷ ୬ଦିନରେ ଆଉ ୧୨୨ଜଣ ସଂକ୍ରମିତ ହୋଇଛନ୍ତି। ଫଳରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୩୫ରେ ପହଞ୍ଚତ୍ଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନାଅନୁଯାୟୀ, ମଙ୍ଗଳବାର ସୁଦ୍ଧା ରାଜ୍ୟରୁ ୩୦୧ଜଣ ଡେଙ୍ଗୁ ରୋଗୀ ବାହାରିଥିବାବେଳେ କେବଳ ଭୁବନେଶ୍ୱରରୁ ୧୯୨ଜଣ ରହିଛନ୍ତି। ତେବେ ବୁଧବାର ସହରରୁ ୪୩ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ପରେ ବିଏମ୍‌ସିର ଚିନ୍ତା ବଢ଼ିଛି। ଶୈଳଶ୍ରୀ ବିହାର, ନୀଳାଦ୍ରିବିହାର, କଳ୍ପନା, ସାଲିଆସାହି, ମାର୍କେଟ ବିଲ୍ଡିଂ ଆଦି ଅଞ୍ଚଳରେ ଡେଙ୍ଗୁ ସ୍ଥିତି ଅଧିକ ଜଟିଳ ରହିଛି। ବିଭିନ୍ନ ମଶା ବଂଶ ବୃଦ୍ଧି ସ୍ଥଳରୁ ୪୨୧ ଲାର୍ଭା ଠାବ କରାଯାଇଛି। ବିଏମ୍‌ସି ପକ୍ଷରୁ ଲୋକଙ୍କୁ ସଚେତନତା ଜାରି ରହିବା ସହ ବିଭିନ୍ନ ଅଞ୍ଚଳରୁ ଗଛ କଟା ସହ ସଫେଇ କାର୍ଯ୍ୟ ଚାଲିଛି। ସେହିପରି ଘରକୁ ଘର ବୁଲି ବୁକ୍‌ଲେଟ ବଣ୍ଟନ କରାଯାଇ ସଚେତନତା ସୃଷ୍ଟି କରାଯାଉଥିବା ବିଏମ୍‌ସି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଆସନରେ ପ୍ରଚାର କଲେ ପାଣ୍ଡିଆନ, କହିଦେଲେ ଏମିତି…

ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ। ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ...

ମିଛ ମାନିଫେଷ୍ଟୋକୁ ନେଇ ବର୍ଷିଲା ବିଜେଡି, କହିଲେ ଭୂଆଁ ବୁଲାଉଛି…

ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ

ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା,...

ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍‌ଗର୍ଲ

ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ...

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri