Posted inଖେଳ

ମହିଳା ଫୁଟ୍‌ବଲ: କ୍ରମାଗତ ୫ ଅଲିମ୍ପିକ୍ସରେ ଗୋଲ ସ୍କୋର କଲେ ମାର୍ଟା

ରିଫୁ, ୨୨ା୭ (ଏପି)- ଅଲିମ୍ପିକ୍ସ ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ବୁଧବାର ବ୍ରାଜିଲ ୫-୦ ଗୋଲରେ ଚାଇନାକୁ ପରାସ୍ତ କରିଛି। ବିଶ୍ୱ ର଼୍ୟାଙ୍କିଙ୍ଗରେ ୭ ନମ୍ବର ସ୍ଥାନରେ ରହିଥିବା ବ୍ରାଜିଲ ଦଳ ତରଫରୁ ମାର୍ଟା ଭିଏରା ଡା’ ସିଲ୍‌ଭା ଏହି ମ୍ୟାଚ୍‌ରେ ୨ ଗୋଲ ସ୍କୋର କରିଥିବାବେଳେ ଦେବିନା, ଆନ୍ଦ୍ରେସା ଆଲ୍‌ଭେସ୍‌ ଓ ବିଟ୍ରିଜ୍‌ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ୬ ଥର ଫିଫା ପ୍ଲେୟର ଅଫ୍‌ ଦି ଇୟର ବିବେଚିତ ହୋଇଥିବା ମାର୍ଟା କ୍ରମାଗତ ୫ଟି ଅଲିମ୍ପିକ୍ସରେ ଗୋଲ ସ୍କୋର କରିବାରେ ପ୍ରଥମ ଖେଳାଳି ବିବେଚିତ ହୋଇଛନ୍ତି। ତାଙ୍କ ଅନ୍ତର୍ଜାତୀୟ ଗୋଲ ସଂଖ୍ୟା ୧୧୧ରେ ପହଞ୍ଚତ୍ଛି। ବ୍ରାଜିଲର କୌଣସି ପୁରୁଷ ଅବା ମହିଳା ଖେଳାଳି ଭାବେ ଏହା ସର୍ବାଧିକ। ଚାଇନା ହେଉଛି ବିଶ୍ୱର ୧୫ ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଦଳ। ଏସିଆନ କ୍ୱାଲିଫାଇଂ ଟୁର୍ନାମେଣ୍ଟର ରନର୍ସଅପ୍‌ ଦଳ ଭାବେ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛି। ଚାଇନା ଦଳ ୫ମ ଥର ପାଇଁ ଅଲିମ୍ପିକ୍ସରେ ଭାଗ ନେଇଛି। ଦଳ ୧୯୯୬ରେ ଶ୍ରେଷ୍ଠ ପ୍ରଦର୍ଶନ ସହ ରନର୍ସଅପ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଦିନ ଘୋଷଣା ହେବ ନ୍ୟଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri