୪ଦିନ ହେଲାଣି ଆମ୍ବୁଲାନ୍ସରେ ମୃତଦେହ

ବାହାନଗା,୨୨ା୭(ଡି.ଏନ.ଏ.): ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଗ୍ରାମର ସଞ୍ଜୟ କୁମାର ଦାସ ନାମକ ଯୁବକଙ୍କ ମୃତ୍ୟୁ ହୋଇଛି। ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ସୋର ଥାନାରେ ଅଭିଯୋଗ କରିଛନ୍ତି। ପୁନର୍ବାର ମୃତଦେହ ବ୍ୟବଚ୍ଛେଦ ଓ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଗ୍ରାମବାସୀ ଅଡି ବସିଛନ୍ତି। ଅପରପକ୍ଷରେ ତାମିଲନାଡୁରୁ ୪ଦିନ ହେଲା ମୃତଦେହ ଆସିଥିଲେ ମଧ୍ୟ ପରିବାର ଲୋକ ଗ୍ରହଣ କରୁ ନ ଥିବାରୁ ତାହା ଆମ୍ବୁଲାନ୍ସରେ ପଡିରହିଛି। ମୃତଦେହ ଧରି ଆସିଥିବା ୩ ଯୁବକଙ୍କୁ ଗ୍ରାମବାସୀ ଅଟକ ରଖିଛନ୍ତି।
ମୃତ ଯୁବକଙ୍କ ମା’ ସୋର ଥାନାରେ ଅଭିଯୋଗ କରିବା ପରେ ଏକ ହତ୍ୟା ମାମଲା(ନଂ.୨୭୨/୨୧) ରୁଜୁ କରାଯାଇଛି। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ସଞ୍ଜୟ କିଛି ଦିନ ତଳେ ସିମୁଳିଆ ଥାନା ଅଞ୍ଚଳର ଶ୍ରୀଧର ସେଠୀ ନାମକ ଜଣେ ଠିକାଦାରଙ୍କ ସହ ଜୁନ୍‌ ୨୦ତାରିଖରେ ତାମିଲନାଡୁକୁ ଏକ ଘରୋଇ କମ୍ପାନୀରେ କାମ କରିବାକୁ ଯାଇଥିଲେ। ସେଠାରେ କାମ କରିବା ବେଳେ ସଞ୍ଜୟ ସବୁବେଳେ ପରିବାର ଲୋକଙ୍କ ସହ ଫୋନରେ କଥା ହେଉଥିଲେ। ଜୁଲାଇ ୧୪ ତାରିଖଠାରୁ ସଞ୍ଜୟଙ୍କ ମୋବାଇଲ ଫୋନ ସୁଇଚ୍‌ ଅଫ୍‌ ଥିବାରୁ ପରିବାର ଲୋକେ ଆଉ କଥା ହୋଇପାରି ନ ଥିଲେ। ବାଧ୍ୟ ହୋଇ ପରିବାର ଲୋକେ ଠିକାଦାର ଶ୍ରୀଧର ସେଠୀଙ୍କୁ ପଚାରିବାରୁ ସଞ୍ଜୟଙ୍କ ମୃତ୍ୟୁ ହୋଇଥିବା ସେ କହିଥିଲେ। ତାମିଲନାଡୁ ପୋଲିସ୍‌ ସହିତ ଯୋଗାଯୋଗ କରାଯିବାରୁ ମୃତଦେହର ଫଟୋ ଓ କମ୍ପାନୀ ସିସିଟିଭି ଫୁଟେଜ ଆସିବା ପରେ ଜଣାପଡିଥିଲା। ତାଙ୍କୁ ହତ୍ୟା କରିଥିବା ନେଇ ପରିବାର ଲୋକେ ଠିକାଦାରଙ୍କ ନାମରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କୌଣସି ପଦକ୍ଷେପ ନ ନେବାରୁ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ସୋର ପୋଲିସ୍‌ ଠିକାଦାର ଶ୍ରୀଧର ସେଠୀଙ୍କୁ ଥାନାରେ ଅଟକ ରଖିଥିବା ବେଳେ ମୃତ ଯୁବକଙ୍କ ମା ଓ ଦୁଇ ବଡ ଭାଇଙ୍କୁ ଥାନାରେ ପଚରାଉଚୁରା କରୁଛି। ଗ୍ରାମରେ ୧ ପ୍ଲାଟୁନ୍‌ ପୋଲିସ୍‌ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ...

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ...

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri