ଘର ଛାଡ଼ି ଚାଲି ଆସି ନ ଥିଲେ ହୋଇଥାନ୍ତେ ଡାକ୍ତର; ଜାଣନ୍ତୁ କେତେ ପଢ଼ିଛନ୍ତି ବଲିଉଡ୍‌ର ଏହି କୁଇନ୍‌

ବମ୍ବେ: ବିଗତ କିଛି ଦିନ ଧରି ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ଶିବସେନା ଏବଂ ମହାରାଷ୍ଟ୍ର ପୋଲିସ ବିରୋଧରେ ଲଗାତାର ଭାବେ କଟୁ ଟିପ୍ପଣୀ ଦେଉଥିବା ଅଡୁଆରେ ଫସିଛନ୍ତି କଙ୍ଗନା। ବିବାଦକୁ ନେଇ ତାଙ୍କୁ ଓ୍ବାଇ ପ୍ଲସ ସୁରକ୍ଷା ପ୍ରଦାନ କରାଯାଇଛି।

ହିମାଚଳର ଏକ ଛୋଟ ଗାଁରେ ଜନ୍ମ ନେଇଥିବା କଙ୍ଗନା ଆଜି ସଫଳତାର ଶୀର୍ଷରେ ପହଞ୍ଚିବେ ବୋଲି ସେତେବେଳେ ହୁଏତ କେହି ଭାବି ବି ନ ଥିବେ। ହେଲେ ଗୋଟିଏ ପରେ ଗୋଟିଏ ଫିଲ୍ମରେ ଶ୍ରେଷ୍ଠ ପ୍ରଦର୍ଶନ କରି ସେ ନିଜକୁ ବଲିଉଡ୍‌ର କୁଇନ୍‌ ଭାବେ ପ୍ରତିପାଦିତ କରିଛନ୍ତି। ୨୦୦୫ରେ ମହେଶ ଭଟ୍ଟଙ୍କ ଫିଲ୍ମ ଗ୍ୟାଙ୍ଗଷ୍ଟରରୁ ବଲିଉଡ ଡେବ୍ୟୁ କରିଥିଲେ ସେ। ଏହାପରଠାରୁ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି।
ଶୁଣାଯାଏ କଙ୍ଗନା ନିଜର ପାଠପଢ଼ା ଅଧାରୁ ବନ୍ଦ କରିଦେଇଥିଲେ। ମାତ୍ର ୧୬ ବର୍ଷ ବୟସରେ ଘର ଛାଡ଼ି ଚାଲିଆସିଥିଲେ ସେ। ପରେ ଦିଲ୍ଲୀର ଏଲିଟ୍‌ ମଡେଲିଂ ଏଜେନ୍ସିଂରେ କଙ୍ଗନା ଯୋଗ ଦେଇଥିଲେ। ହେଲେ ତାଙ୍କର ସ୍ବପ୍ନ ଥିଲା ହିରୋଇନ୍‌ ହେବା।

କଙ୍ଗନା ଡିଏଭି ଚଣ୍ଡିଗଡ଼ରୁ ନିଜ ସ୍କୁଲପଢ଼ା ସାରିଛନ୍ତି। ଦ୍ୱାଦଶ ପରଠାରୁ ସେ ଆଉ ପଢ଼ି ନାହାନ୍ତି। ଏକ ସାକ୍ଷାତକାରରେ କଙ୍ଗନା କହିଥିଲେ ଯଦି ସେ ଅଭିନେତ୍ରୀ ହୋଇ ନ ଥାନ୍ତେ ତେବେ ଜଣେ ଡାକ୍ତର ହୋଇଥାନ୍ତେ।

ମାତ୍ର ୨୨ ବର୍ଷ ବୟସରେ ରାଷ୍ଟ୍ରୀୟ ପୁରସ୍କାର ପାଇଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ କଙ୍ଗନା ଜଣେ। ୨୦୦୮ ଫ୍ୟାଶନ୍‌ ଫିଲ୍ମ ପାଇଁ ତାଙ୍କୁ ଏହି ସମ୍ମାନ ମିଳିଥିଲା। କେବଳ ଯେ ଅଭିନୟ ତାହା ନୁହେଁ ନିଜର ରୋକଠୋକ କଥାକୁ ନେଇ କଙ୍ଗନା ଲୋକପ୍ରିୟ। ସେ ଅନେକ ସମ୍ବେଦନଶୀଳ ପ୍ରସଙ୍ଗରେ ନିଜ ମନ୍ତବ୍ୟ ରଖି ଚର୍ଚ୍ଚାରେ ରହିଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri