ଚାଲିଛି ଗଛ କଟା, ପ୍ରଶାସନ ନୀରବଦ୍ରଷ୍ଟା

ବରୀ,୨୩ା୭(ଡି.ଏନ.ଏ.): ବରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରୁ ବେଧଡ଼କଭାବେ ଗଛକଟା ଚାଲିଛି। ହେଲେ ଏଦିଗରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଗୁରୁବାର ବରୀ କଳାମାଟିଆ ପୂର୍ତ୍ତବିଭାଗ ରାସ୍ତାକୁ ସଂଯୋଗ କରୁଥିବା ବରୀ-ବାଲିବିଲି ଗ୍ରାମ୍ୟ ଉନ୍ନୟନ ରାସ୍ତା କଡ଼ରୁ ୟୁକାଲପଟାସ ଗଛ କଟାଯାଇ ଚାଲାଣ କରାଯାଇଛି। ତେବେ ଏନେଇ ସ୍ଥାନୀୟ ଲୋକେ ବରୀ ତହସିଲଦାର ମାନସ ରଞ୍ଜନ ଭୋଇଙ୍କୁ ଜଣାଇଥିଲେ। ସେ ଘଟଣାସ୍ଥଳରେ ପହଞ୍ଚତ୍ ଏହା ବନ ବିଭାଗର ଦାୟିତ୍ୱ। ତାଙ୍କୁ ଏ ବିଷୟରେ ପତ୍ର ମାଧ୍ୟମରେ ଅବଗତ କରାଇବି ବୋଲି କହି ଫେରି ଆସିଥିଲେ। ତହସିଲଦାରଙ୍କ ମନ୍ତବ୍ୟକୁ ନାପସନ୍ଦ କରାଯାଇଛି। ଏସମ୍ପର୍କରେ ଯାଜପୁର ରୋଡ୍‌ ବନବିଭାଗ ରେଞ୍ଜର ଜ୍ୟୋତି ମହାପାତ୍ର କହିଛନ୍ତି, ଗଛଗୁଡ଼ିକ ଯେଉଁ ବିଭାଗ ରାସ୍ତା କଡ଼ରେ ରହିଛି ସେମାନେ ଅଭିଯୋଗ କଲେ ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ। ଅଭିଯୋଗ ନ ଆସିଲେ ପଦକ୍ଷେପ ନେଇ ପାରିବୁ ନାହୁଁ। ପ୍ରକାଶଯୋଗ୍ୟ, ବିଗତ ଦିନରେ ବରୀ-ବରୁହଁ। ପୂର୍ତ୍ତ ବିଭାଗ ରାସ୍ତା କଡ଼ରୁ ବେଆଇନ ଗଛ କଟା ଯିବା ଘଟଣାକୁ ନେଇ ବରୀ ଭାଜପା ପକ୍ଷରୁ ତହସିଲ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ତହସିଲଦାର ଯାଜପୁର ଉପଜିଲାପାଳ ଓ ବନ ବିଭାଗକୁ ଚିଠି ଲେଖି କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିବେଦନ କରିଥିଲେ। ହେଲେ ଏ ପର୍ଯ୍ୟନ୍ତ ଗଛକାଟି ଥିବା ବ୍ୟକ୍ତିଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri