Posted inଖେଳ

ଦିନେ ଥିଲେ ଚେସ୍‌ ଚାମ୍ପିଅନ୍‌, ଏବେ କ୍ରିକେଟ୍‌ରେ କରୁଛନ୍ତି ରାଜ୍‌

ଭାରତୀୟ କ୍ରିକେଟର୍‌ ୟୁଜବେନ୍ଦ୍ର ଚହଲ ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ଜୁଲାଇ ୨୩, ୧୯୯୦ରେ ଜନ୍ମଗ୍ରହଣ କରିଥିଲେ। ସୋସିଆଲ ମିଡିଆରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଖୁବ୍‌ କମ୍‌ ଲୋକ ଜାଣିଥିଲେ ଚହଲ କ୍ରିକେଟ୍‌ର ହେବା ପୂର୍ବରୁ ଜଣେ ଚେସ୍‌ ଚାମ୍ପିଅନ୍‌ ଥିଲେ। ଏପରିକି ସେ ଚେସ୍‌ ଜୁନିଅର୍‌ ଦଳରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ସେ ପ୍ରଥମଥର ପାଇଁ ୨୦୦୯ରେ କୁଚ ବିହାର ଅଣ୍ଡର-୧୯ ଟ୍ରଫିରେ ୩୪ ଉଇକେଟ୍‌ ନେଇ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଥିଲେ। ସେହି ବର୍ଷ ସେ ହରିୟାଣା ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ୍‌ ଖେଳିବା ଆରମ୍ଭ କରିଥିଲେ ଏବଂ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳିଥିଲେ। ଏହାପରେ ସେ ପଛକୁ ଫେରି ଚାହିଁ ନ ଥିଲେ।
ଚହଲଙ୍କ ଜନ୍ବଦିନ ଅବସରରେ ସ୍ତ୍ରୀ ଧନଶ୍ରୀ ବର୍ମା ଖାସ୍‌ ଅନ୍ଦାଜରେ ଶୁଭେଚ୍ଚା ଜଣାଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ସ୍ବାମୀଙ୍କ ସହ ଏକ ଫଟୋ ଶେୟାର କରି ସେ କହିଛନ୍ତି, ତୁମେ ଦୟାଳୁ, ସାହାଯ୍ୟକାରୀ, ବିନମ୍ର, ନିଃସ୍ବାର୍ଥପର ଭାବରେ ଯିଏ କଥା କହେ, ସେ ହେଉଛନ୍ତି ୟୁଜବେନ୍ଦ୍ର ଚହଲ। ନିଜ ସଫଳତାକୁ ନେଇ କୌଣସି ଗର୍ବ ନାହିଁ। ଏତେ ବଡ ଶିଖରରେ ପହଞ୍ଚିବା ସହଜ କଥା ନୁହେଁ। ତୁମେମାନେ ଦେଶ ପାଇଁ ଯାହା କର, ତାହା ପ୍ରଶଂସାଯୋଗ୍ୟ। ତୁମ ହୃଦୟ ବହୁତ ବଡ, ମୁଁ ତୁମଠାରୁ ବହୁତ କିଛି ଶିଖିଛି ବୋଲି। ତୁମ ପାଇଁ ମୁଁ ସର୍ବଦା ଗର୍ବିତ ବୋଲି ସେ କହିଛନ୍ତି। ଗତ ଡିସେମ୍ବରରେ ଚହଲ ଏବଂ ଧନଶ୍ରୀ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri