Posted inଜାତୀୟ

ରାୟଗଢ଼ ଭୂସ୍ଖଳନରେ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୩।୭: ପଶ୍ଚିମ ଓ ଉପକୂଳ ମହାରାଷ୍ଟ୍ରରେ ଗତ ୨୪ଘଣ୍ଟାରୁ ହୋଇଥିବା ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅଲଗା ଅଲଗା ସ୍ଥାନରେ ଫଶିରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ପାଇଁ ଏନ୍‌ଡିଆରଏଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ସେହିପରି ଲଗାଣ ବର୍ଷା ଯୋଗୁ ମହାରାଷ୍ଟ୍ରର ରାୟଗଢ଼ ଜିଲାର ଏକ ଗାଁ ନିକଟରେ ହୋଇଥିବା ଭୂସ୍ଖଳନ ଯୋଗୁ ଏପର୍ଯ୍ୟନ୍ତ ୪୪ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ମହାଡର ତଲାଇ ଗାଁରେ ହୋଇଥିବା ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ଏହି ଘଟଣା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସ୍ଥିତି ସମୀକ୍ଷା କରିଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଦୁଃଖ ପ୍ରକାଶ କରି ଭୂସ୍ଖଳନରେ ମୃତକଙ୍କ ପରିବାର ଲୋକଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ରାୟଗଢ଼ ଜିଲାରେ ଭୂସ୍ଖଳନ ଯୋଗୁ ମୃତ୍ୟୁ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ ପିଏମ୍‌ଏନ୍‌ଆରଏଫ୍‌ ପାଣ୍ଠିରୁ ୨ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ। ଏଥିସହ ଆହତଙ୍କୁ ୫୦ହଜାର ଟଙ୍କା ସହାୟତା ରାଶି ଦିଆଯିବ ବୋଲି ମୋଦି ଘୋଷଣା କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri