Posted inଖେଳ

ପୃଥ୍ବୀ ଶ’ଙ୍କୁ ‘ଶୋ-ଷ୍ଟପର୍‌’ ଭାବନ୍ତି ଏହି କ୍ରିକେଟର, କହିଲେ-ବ୍ୟାଟିଂ ବେଳେ ତାଙ୍କ…

ନୂଆଦିଲ୍ଲୀ,୨୪।୭: ଶ୍ରୀଲଙ୍କା ବିପକ୍ଷରେ ଭାରତ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜକୁ ୨-୧ରେ ଜିତିଛି। ଏହି ସିରିଜରେ ସୂର୍ଯ୍ୟକୁମାର ଯାଦବ ଏବଂ ପୃଥ୍ବୀ ଶ’ ଉଲ୍ଲେଖନୀୟ ବ୍ୟାଟିଂ କରିଥିଲେ। ୧୨୭ ରନ୍‌ କରିଥିବା ସୂର୍ଯ୍ୟକୁମାରଙ୍କୁ ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ଚୟନ କରାଯାଇଥିଲା। ସେହିଭଳି ପୃଥ୍ବୀ ଭାରତ ପକ୍ଷରୁ ସର୍ବାଧିକ ରନ୍‌ ସ୍କୋର କରିବାରେ ତୃତୀୟ ସ୍ଥାନରେ ରହିଥିଲେ। ତେବେ ସିରିଜ ଶେଷ ହେବାପରେ ସୂର୍ଯ୍ୟକୁମାର ପୃଥ୍ବୀଙ୍କୁ ‘ଶୋ-ଷ୍ଟପର୍‌’ ବୋଲି କହିଛନ୍ତି।

ଏକ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ପୃଥ୍ବୀଙ୍କ ବିଷୟରେ କଥାବାର୍ତ୍ତା କରି ସୂର୍ଯ୍ୟକୁମାର କହିଛନ୍ତି, ତାଙ୍କ ପାଇଁ ମୋ ପାଖରେ କେବଳ ଗୋଟିଏ ଶବ୍ଦ ରହିଛି। ଯେତେବେଳେ ସେ ଖେଳନ୍ତି କିମ୍ବା ତାଙ୍କୁ ଭେଟିଥାଏ, ସେତେବେଳେ ତାଙ୍କୁ ମୁଁ କେବଳ ‘ଶୋ-ଷ୍ଟପର’ ବୋଲି କହିଥାଏ। ଏହାର ଅର୍ଥ ଆପଣ ଦେଖିବାକୁ ପସନ୍ଦ କରୁଥିବା ବ୍ୟକ୍ତି ଏବଂ ଯିଏ ତାଙ୍କ ଉପରେ ନଜର ରଖାଯିବାକୁ ପସନ୍ଦ କରିଥାନ୍ତି। କେବଳ ଏତିକି ନୁହେଁ ପୃଥ୍ବୀ ଯେତେବେଳେ ବ୍ୟାଟିଂ କରିବାକୁ ଆସନ୍ତି ସେ ସେହିଭଳି ବ୍ୟାଟିଂ କରିଥାନ୍ତି। ତାଙ୍କ ଖେଳ ଦେଖିବାକୁ ମୁଁ ପସନ୍ଦ କରିଥାଏ। ସେ ଆଜିକାଲି ଚମତ୍କାର ବ୍ୟାଟିଂ କରୁଛନ୍ତି। ସେତେବେଳେ ତାଙ୍କ ମନୋଭାବ ଭଲ ଥାଏ। ସେ ତାଙ୍କ ଫିଟ୍‌ନେସ୍‌କୁ ନେଇ ବହୁତ ପରିଶ୍ରମ କରିଥାନ୍ତି। ତାଙ୍କୁ ଭଲ ଖେଳୁଥିବା ଦେଖିବା ଖୁସି ଦେଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri