Posted inଖେଳ

ପଦାର୍ପଣ ଧାଡ଼ିରେ ଆଉ ୩ ଖେଳାଳି

କଲମ୍ବୋ,୨୪।୭: ଚଳିତ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌ରେ ଭାରତୀୟ ଦଳ ପାଇଁ ୬ ଜଣ ଖେଳାଳି ପଦାର୍ପଣ କରିଥିଲେ। ହେଲେ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ, ଓପନର ରୁତୁରାଜ ଗାଏକ୍ୱାଡ ଓ ଦେବଦତ୍ତ ପାଡିକଲଙ୍କୁ ମିଳି ନ ଥିଲା ସୁଯୋଗ। ଏମାନଙ୍କୁ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ସୁଯୋଗ ମିଳିପାରେ।

ଦିନିକିଆ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ପରାଜୟ ବରଣ କରିବା ପରେ ଟି୨୦ ସିରିଜ୍‌ ଆରମ୍ଭରୁ ଟିମ୍‌ ଇଣ୍ଡିଆ ପ୍ରତ୍ୟେକ ବିଭାଗରେ ପରିବର୍ତ୍ତନ କରିପାରେ। ତେବେ କୋଚ୍‌ ରାହୁଲ ଡ୍ରାଭିଡ୍‌ ମଧ୍ୟ ଚକ୍ରବର୍ତ୍ତୀଙ୍କୁ ଚେକ୍‌ କରିପାରନ୍ତି। କାରଣ ଏହି ଅଫ୍‌ସ୍ପିନରଙ୍କ ପାଖରେ କ୍ୟାରମ ବଲ ସାଙ୍ଗକୁ ଦୁସରା ଭଳି ଭେରାଇଟି ଅଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ସେ ନିଜକୁ ପ୍ରମାଣ କରିସାରିଛନ୍ତି। ସେହି ପ୍ରଦର୍ଶନ ବଳରେ ତାଙ୍କୁ ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ବିପକ୍ଷ ସିରିଜ୍‌ ଲାଗି ଟିମ୍‌ ଇଣ୍ଡିଆରେ ସାମିଲ କରାଯାଇଥିଲା। କିନ୍ତୁ ଖରାପ ଫିଟ୍‌ନେସ ଓ ପରେ ଆହତ ସମସ୍ୟା କାରଣରୁ ତାଙ୍କୁ ଏପର୍ଯ୍ୟନ୍ତ ପଦାର୍ପଣ ସୁଯୋଗ ମିଳିନାହିଁ।

ଅନ୍ୟପକ୍ଷରେ ପୃଥ୍ବୀ ଶ’ ଓ ସୂର୍ଯ୍ୟକୁମାର ଯାଦବଙ୍କୁ ଇଂଲଣ୍ଡ ଗସ୍ତ ପାଇଁ ଡାକରା ଆସି ସାରିଛି। ଏଣୁ ଦୁଇ ଖେଳାଳିଙ୍କୁ ଟି୨୦ ସିରିଜ୍‌ରେ ଖେଳାଇଲା ଭଳି ରିସ୍କ ନେବାକୁ ଚାହିଁବନି ଟିମ୍‌ ମ୍ୟାନେଜମେଣ୍ଟ। ଏଣୁ ପାଡିକଲ ଓ ରୁତୁରାଜଙ୍କ ମଧ୍ୟରୁ ଜଣଙ୍କୁ ସୁଯୋଗ ମିଳିପାରେ। ଆଶା କରାଯାଉଛି, ଇଶାନ କିଷନ ଓ ସଞ୍ଜୁ ସାମସନଙ୍କୁ ଦଳୀୟ ଏକାଦଶରେ ସ୍ଥାନ ମିଳିବ। କିନ୍ତୁ ମନୀଷ ପାଣ୍ଡେଙ୍କୁ ବାଦ୍‌ ଦିଆଯାଇପାରେ। ଏହି ଫର୍ମାଟରେ ପାଣ୍ଡ୍ୟା ବ୍ରଦର୍ସଙ୍କ ଖେଳିବା ପ୍ରାୟ ନିଶ୍ଚିତ। ଅନ୍ତିମ ଦିନିକିଆରେ ବିଶ୍ରାମ ଦିଆଯାଇଥିବା ଭୁବନେଶ୍ୱର କୁମାର, ଦୀପକ ଚହର ଓ ୟୁଜବେନ୍ଦ୍ର ଚହଲ ବୋଲିଂ ବିଭାଗ ସମ୍ଭାଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri