୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ଶନିବାର ପ୍ରକାଶ ପାଇଛି। ୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି ଡେଭଲପ୍‌ ହୋଇଥିବା ଜଣାପଡ଼ିଛି। ଏ ନେଇ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ପିଲାମାନେ ସେମାନଙ୍କ ମାତାପିତା କିମ୍ବା ପରିବାରର ଅନ୍ୟ କୌଣସି ସଦସ୍ୟଙ୍କଠାରୁ ସଂକ୍ରମିତ ହୋଇଥିଲେ ଏବଂ ସେମାନେ ଏହି ସଂକ୍ରମଣକୁ ସହିଯାଇଥିବା ସର୍ଭେଲାନ୍ସରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ଚତୁର୍ଥ ସେରୋ ସର୍ଭେରେ ପ୍ରଥମଥର ପାଇଁ ପିଲାଙ୍କୁ ସାମିଲ କରାଯାଇଥିଲା। ୬ବର୍ଷରୁ ଉର୍ଦ୍ଧ୍ୱ ବୟସର ପିଲାଙ୍କଠାରୁ ନମୁନା ସଂଗ୍ରହ କରାଯାଇଥିଲା। ସେହିଭଳି ୬୫.୧୨% ସାଧାରଣ ଲୋକ ଓ ୮୫.୫୩% ସ୍ବାସ୍ଥ୍ୟକର୍ମୀଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଶରୀରେ ଆଣ୍ଟିବଡ଼ି ସ୍ଥିତି ଜାଣିବା ପାଇଁ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଆଦି ୩ ଜିଲାରେ ଏହି ସେରୋ ସର୍ଭେ ହୋଇଥିଲା। ଜୁନ୍‌ ୧୬ରୁ ୨୦ ତାରିଖ ମଧ୍ୟରେ ସର୍ବସାଧାରଣରୁ ୧,୨୩୦ ଏବଂ ସ୍ବାସ୍ଥ୍ୟକର୍ମୀଙ୍କଠାରୁ ୩୧୧ ନମୁନା ସଂଗ୍ରହ ହୋଇଥିଲ। ତେବେ ଗଞ୍ଜାମ ଜିଲାରେ ୭୦.୯%ଙ୍କ ମଧ୍ୟରେ ଆଣ୍ଟିବଡି ଥିବାବେଳେ ରାୟଗଡା ଓ କୋରାପୁଟ ଜିଲାରେ ୬୩ % ସେରୋ ପଜିଟିଭିଟି ବା ଆଣ୍ଟିବଡି ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସେରୋ ସର୍ଭିଲାନ୍ସରେ ଭଲ ରେଜଲ୍ଟ ମିଳିଛି।

କୁହାଯାଇପାରିବ ଏହା ଟିକାର ପ୍ରଭାବ ଓ ଦୁଇଟି ଲହର ଦ୍ୱାରା ଗୋଷ୍ଠୀରେ ସଂକ୍ରମଣ ହୋଇଛି। ତେଣୁ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହେଉଛି। ଜାତୀୟ ହାର ତୁଳନାରେ ଆମର ସେରୋ ସର୍ଭେ ରିପୋର୍ଟ ଭଲ ଅଛି। ବୟସ୍କ ଲୋକଙ୍କ ଆଣ୍ଟିବଡି ଅଧିକ ଡେଭଲପ ହୋଇଛି, କାରଣ ସେମାନଙ୍କୁ ପ୍ରଥମେ ଟିକା ଦିଆଯାଇଛି। ଅପରପକ୍ଷେ ଏହି ସେରୋ ସର୍ଭେର ସୂଚନା ଆଗାମୀ ଦିନରେ ରାଜ୍ୟରେ କରୋନା ତୃତୀୟ ଲହରକୁ ପ୍ରତିହତ କରିପାରିବ ବୋଲି ବିଶେଷଜ୍ଞମାନେ ଆଶାବ୍ୟକ୍ତ କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଦେଶର ଯେଉଁ ୭୦ଟି ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହି ୭୦ଟି ଜିଲାରେ ସେରୋ ସର୍ଭେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri