Posted inଖେଳ

ରୌପ୍ୟ ବଦଳରେ ମୀରାବାଇଙ୍କୁ ମିଳିପାରେ ସ୍ବର୍ଣ୍ଣ ପଦକ!

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଭାରୋତ୍ତୋଳନରେ ସ୍ବର୍ଣ୍ଣ ପଦକ ଜିତିଥିବା ଚାଇନାର ଜିହୁଇ ହୁଙ୍କଠାରୁ ପଦକ ଫେରାଇ ନିଆଯାଇପାରେ। କାରଣ ଜିହୁଇ ଡୋପ ଟେଷ୍ଟ କରାଯିବ। ହୋଙ୍କୁ ଟୋକିଓରେ ରହିବାକୁ କୁହାଯାଇଛି ଏବଂ ଏହି ସମୟ ମଧ୍ୟରେ ଡୋପିଂ ପରୀକ୍ଷା କରାଯିବ। ଏଥିରେ ଯଦି ସେ ବିଫଳ ହୁଅନ୍ତି, ତେବେ ଭାରତର ଭାରୋତ୍ତୋଳନକାରୀ ମୀରାବାଇ ଚାନୁଙ୍କ ରୌପ୍ୟ ପଦକ ସ୍ବର୍ଣ୍ଣରେ ପରିଣତ ହେବ। ସୂଚନାଯୋଗ୍ୟ, ଚାଇନାର ଖେଳାଳି ଜିହୁଇ ହୋ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ୨୧୦ କିଲୋଗ୍ରାମ ଉଠାଇ ସ୍ବର୍ଣ୍ଣ ପଦକ ଜିତିଥିଲେ ଏବଂ ଏକ ନୂତନ ଅଲିମ୍ପିକ ରେକର୍ଡ ମଧ୍ୟ ସ୍ଥାପନ କରିଛନ୍ତି।
ନିୟମ ବିଷୟରେ କହିବାକୁ ଗଲେ, ଯଦି ଜଣେ ଆଥଲେଟ ଡୋପିଂ ଟେଷ୍ଟରେ ବିଫଳ ହୁଅନ୍ତି, ତେବେ ରୌପ୍ୟ ଜିତିଥିବା ଆଥଲେଟଙ୍କୁ ସ୍ବର୍ଣ୍ଣ ପ୍ରଦାନ କରାଯିବ। ଶନିବାର ଟୋକିଓ ଆନ୍ତର୍ଜାତୀୟ ଫୋରମରେ ମହିଳା ୪୯ କିଲୋଗ୍ରାମ ବର୍ଗରେ ମୀରାବାଇ ଚାନୁ ଭାରତର ପ୍ରଥମ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri