Posted inଖେଳ

ଶ୍ରୀଲଙ୍କାର ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ପାଣ୍ଡ୍ୟା

କଲମ୍ବୋ,୨୬।୭: ଶ୍ରୀଲଙ୍କା ଗସ୍ତରେ ଭାରତ ତାର ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି ଭାରତ। ପ୍ରଥମ ଟି -୨୦ରେ ୩୮ ରନ୍‌ରେ ଆୟୋଜକଙ୍କୁ ପରାସ୍ତ କରିଥିଲେ। ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜକୁ ୨-୧ରେ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ମଧ୍ୟ ଟି -୨୦ ସିରିଜରେ ବିଜୟ ସହ ଆରମ୍ଭ କରିଥିଲା। ତେବେ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି -୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ହୁଏତ କିଛି ବିଶେଷ ପ୍ରଦର୍ଶନ କରିପାରିନାହାଁନ୍ତି, କିନ୍ତୁ ସେ ଚର୍ଚ୍ଚାରେ ରହିଛନ୍ତି।
ମ୍ୟାଚ୍‌ ପୂର୍ବରୁ ପାଣ୍ଡ୍ୟା ଶ୍ରୀଲଙ୍କାର ଜାତୀୟ ସଙ୍ଗୀତ ଗାନ କରୁଥିବା ଦେଖିବାକୁ ମିଳିଥିଲା। ମ୍ୟାଚ ଆରମ୍ଭ ପୂର୍ବରୁ ଉଭୟ ଦଳର ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଏଭଳି ପରିସ୍ଥିତିରେ ଯେତେବେଳେ ଶ୍ରୀଲଙ୍କାର ଜାତୀୟ ସଙ୍ଗୀତ ଗାନ କରାଯାଉଥିଲା, ସେତେବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଶ୍ରୀଲଙ୍କାର ଜାତୀୟ ସଙ୍ଗୀତ ଗାନ କରୁଥିଲେ। ପ୍ରଶଂସକମାନେ ଶ୍ରୀଲଙ୍କାର ଜାତୀୟ ସଙ୍ଗୀତ ଗାନ କରୁଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସୋସିଆଲ ମିଡିଆରେ କିଛି ଭିଡିଓ ଶେୟାର କରିଛନ୍ତି। ସୋସିଆଲ ମିଡିଆରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି ଏବଂ ପ୍ରଶଂସକମାନେ ମଧ୍ୟ ଏହାକୁ ପ୍ରଶଂସା କରୁଛନ୍ତି। ଏହା କ୍ୱଚିତ୍‌ ଦେଖାଯାଏ, ଯେତେବେଳେ ଜଣେ ଖେଳାଳି ବିପକ୍ଷ ଦେଶ ଦଳର ଜାତୀୟ ସଙ୍ଗୀତ ଗାନ କରନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri