କାର୍‌-ଟ୍ରକ୍‌ ମୁହାଁମୁହିଁ, ଗଲା ୨ ଜୀବନ

ସମ୍ବଲପୁର,୨୬ା୭(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ଜିଲା ଯୁଯୁମୁରା ଥାନା ଜରାଙ୍ଗ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ଛେଣ୍ଡ କଲୋନୀର ସଞ୍ଜୟ କୁମାର ରାଉତ (୩୫) ଓ ଲେଫ୍ରିପଡାର ସନ୍ତୋଷ କାଣ୍ଡି (୩୪)। ଅନ୍ୟ ଦୁଇଜଣ ମାନସ ରଞ୍ଜନ ରାଉତ(୪୦) ଓ ରାଜେଶ ବଢେଇ ଆହତ ହୋଇଛନ୍ତି। ଖବର ପାଇ ଯୁଯୁମୁରା ପୋଲିସ ପହଞ୍ଚତ୍ ଟ୍ରକ୍‌ ଓ କାର୍‌କୁ ଜବତ କରିଛି। ମିଳିଥିବା ସୂଚନା ଅନୁସାରେ କାର୍‌ ନଂ.୦୨-ଏକ୍ୟୁ-୭୦୯୯ ରାଉରକେଲାରୁ ଭୁବନେଶ୍ୱର ଯାଉଥିଲା। ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ (କେଏ୨୫-ବି-୮୫୦୧) ସହ ଜରାଙ୍ଗ ଗ୍ରାମ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ କାର୍‌ରେ ଥିବା ଉପରୋକ୍ତ ୪ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଯୁଯୁମୁରା ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ସଞ୍ଜୟ ଓ ସନ୍ତୋଷଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଗୋଡ ଭାଙ୍ଗିଯାଇଥିବା ଯୁବକ ରାଜେଶ ବୁର୍ଲାରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri