Posted inରାଜ୍ୟ

ରିଭଲଭର ଦେଖାଇ ଲୁଟିଲେ ବ୍ୟାଙ୍କ୍‌

ସୁନ୍ଦରଗଡ଼, ୨୭।୭(ଡି.ଏନ୍‌.ଏ.)- ସୁନ୍ଦରଗଡ଼ ସହର ଉପକଣ୍ଠ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଅପରାହ୍ନରେ ଡକାୟତି ହୋଇଛି। ୪ ଜଣ ଦୁର୍ବୃତ୍ତ ବ୍ୟାଙ୍କ କର୍ମଚାରୀଙ୍କୁ ରିଭଲଭର୍‌ ଦେଖାଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟି ନେଇଛନ୍ତି। ଖବର ପାଇ ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ, ସଦର ଏସ୍‌ଡିପିଓ ମଧୁସିକ୍ତା ମିଶ୍ର ଓ ସଦର ଥାନା ଆଇଆଇସି ଦାୟିତ୍ୱରେ ଥିବା ତାଲିମପ୍ରାପ୍ତ ଡିଏସ୍‌ପି ସନ୍ତୋଷ କୁମାର ବାରିକ ସାଇଣ୍ଟିଫିକ୍‌ ଟିମ୍‌ ସହିତ ବ୍ୟାଙ୍କରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ବ୍ୟାଙ୍କର ଶାଖା ପରିଚାଳକ ନୀଳକଣ୍ଠ କୁମାର ସନ୍ଧ୍ୟାରେ ଏନେଇ ସଦର ଥାନାରେ ଲିଖିତ ଭାବେ ରିପୋର୍ଟ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଛି। ୪ଜଣ ଦୁର୍ବୃତ୍ତ ବିଜୁ ଏକ୍ସପ୍ରେସ୍‌ ଓ୍ବେ ପାର୍ଶ୍ୱରେ ଏକ ନୂତନ କୋଠାରେ ଚାଲିଥିବା ଏହି ବ୍ୟାଙ୍କ ଭିତରକୁ ମଧ୍ୟାହ୍ନ ପ୍ରାୟ ୧ଟା ୪୦ରେ ପଶି ଆସିଥିଲେ। ସେମାନେ ରିଭଲଭର ଦେଖାଇ କର୍ମଚାରୀ ଓ ଗ୍ରାହକମାନଙ୍କୁ ବନ୍ଦ କରିଦେଇଥିଲେ ଗୋଟିଏ କୋଠରିରେ। କ୍ୟାଶ କାଉଣ୍ଟରରୁ ୨ଲକ୍ଷ ୮୭ହଜାର ଟଙ୍କା ଲୁଟି ନେଇଥିଲେ। ଏହା ସହ ଜଣେ ମହିଳା କର୍ମଚାରୀ ଓ ଗ୍ରାହକଙ୍କଠାରୁ ସୁନାଚେନ୍‌, ମୋବାଇଲ ଫୋନ୍‌, ଏଟିଏମ୍‌ କାର୍ଡ ଲୁଟି ୨ଟା ୨୦ରେ ବ୍ୟାଙ୍କରୁ ଫେରାର ହୋଇଯାଇଥିଲେ।

କର୍ମଚାରୀ ଓ ଗ୍ରାହକମାନଙ୍କ ସୂଚନା ମୁତାବକ ଏହି ଦୁର୍ବୃତ୍ତମାନେ ୨ଟି ବାଇକ୍‌ରେ ଆସିଥିଲେ। ସେମାନେ ଝାଡଖଣ୍ଡୀ ହିନ୍ଦୀ ଭାଷାରେ କଥା ହେଉଥିଲେ। ୨ଜଣ ମାସ୍କ ପିନ୍ଧିଥିବାବେଳେ ୨ଜଣ ପିନ୍ଧି ନ ଥିଲେ। ଏସ୍‌ପି ସାଗରିକା ନାଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ବ୍ୟାଙ୍କର ସିସିଟିିଭି ଫୁଟେଜ୍‌ ଆଧାରରେ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri