Posted inଖେଳ

ରୁମ୍‌ କ୍ୱାରେଣ୍ଟିନରେ ଟିମ୍‌ ଇଣ୍ଡିଆ ଖେଳାଳି

କଲମ୍ବୋ,୨୭।୭: ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୨୮ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ସିରିଜ୍‌ର ବଳକା ଦୁଇ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି କ୍ରୁନାଲ। ତାଙ୍କୁ ଏବେ ୭ ଦିନିଆ ଆଇସୋଲେଶନରେ ରହିବାକୁ ପଡ଼ିବ। ଅନ୍ୟ ଖେଳାଳିମାନେ ରୁମ୍‌ କ୍ୱାରେଣ୍ଟିନରେ ଅଛନ୍ତି। ଏ ନେଇ ବିସିସିଆଇ ସମ୍ପାଦକ ଜୟ ଶାହ ସୂଚନା ଦେଇଛନ୍ତି।

ଦଳର ପ୍ରତ୍ୟେକ ସଦ୍ୟସଙ୍କ ଆରଟି-ପିସିଆର ନେଗେଟିଭ ରିପୋର୍ଟ ଆସିବା ପର୍ଯ୍ୟନ୍ତ ସମସ୍ତେ ରୁମ୍‌ କ୍ୱାରେଣ୍ଟିନରେ ରହିବେ। କ୍ରୁନାଲଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ପୁଣି ଥରେ ସମସ୍ତ ଖେଳାଳିଙ୍କ ଟେଷ୍ଟ କରାଯାଇଛି। ତେବେ ଶ୍ରୀଲଙ୍କାର ସ୍ବାସ୍ଥ୍ୟ ସୁରକ୍ଷା ପ୍ରୋଟୋକଲ୍ସ କାରଣରୁ କ୍ରୁନାଲ ଭାରତୀୟ ଦଳର ଅନ୍ୟ ଖେଳାଳିଙ୍କ ସହ ୩୦ ତାରିଖରେ ସ୍ବଦେଶ ଫେରିପାରିବେ ନାହିଁ।

୨୦ ଜଣିଆ ଭାରତୀୟ ଦଳ ଶ୍ରୀଲଙ୍କାରେ ଅଛି। ଏମାନଙ୍କ ଛଡ଼ା ଦଳ ସହ ଅଛନ୍ତି ୪ ଷ୍ଟାଣ୍ଡ୍‌ବାଇ ନେଟ୍‌ ବୋଲର। ନୂଆ କାର୍ଯ୍ୟସୂଚୀ ଅନୁଯାୟୀ, ବୁଧବାର ଓ ଗୁରୁବାର ଲଗାତାର ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri