ବୁଗୁଡ଼ା,୨୮ା୭(ଡି.ଏନ୍.ଏ.): କିଛିଦିନ ତଳେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନରେ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀ ପୁଣି ପରୀକ୍ଷା ଦେବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ମର୍ମରେ ଚଳିତ ମାସ ୧ ତାରିଖରୁ ୧୫ ତାରିଖ ଯାଏ ପଞ୍ଜୀକରଣ ନିମନ୍ତେ ସମୟ ଧାର୍ଯ୍ୟ ହୋଇଥିଲା। ତେବେ ଆସନ୍ତା ଜୁଲାଇ ୩୦ ତାରିଖରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଦଶମ ଶ୍ରେଣୀ ପରୀକ୍ଷା ପାଇଁ ବୁଗୁଡ଼ା ବ୍ଲକର ଏକମାତ୍ର କେନ୍ଦ୍ର ଭାବେ ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟକୁ ସ୍ଥିର କରାଯାଇଥିବା ବେଳେ ଏଠାରେ ମୋଟ ୭୦ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେବେ ବୋଲି ଜଣାଯାଇଛି। ସେମାନଙ୍କ ମଧ୍ୟରେ ଶଙ୍କୁରୁର ଶ୍ରୀ ଭଗବତ ସ୍ବାମୀ ହାଇସ୍କୁଲ, ବାଲିପଦର ହାଇସ୍କୁଲ, ଖରିଡ଼ାର ସ୍ବପ୍ନେଶ୍ବରୀ ହାଇସ୍କୁଲ ଓ ସୋରଡର ବାଲୁଙ୍କେଶରୀ ହାଇସ୍କୁଲ ଆଦିର ୫ ଜଣ ରେଗୁଲାର ପରୀକ୍ଷାର୍ଥୀ ରହିଥିବା ବେଳେ ଅନ୍ୟାନ୍ୟ ବିଦ୍ୟାଳୟର ୮ ଜଣ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ସହିତ ୫୭ ଜଣ ସି-କୋର୍ସ ପରୀକ୍ଷାର୍ଥୀ ରହିଥିବା ନେଇ ପରୀକ୍ଷା କେନ୍ଦ୍ର ସୁପରିଟେଣ୍ଡେଣ୍ଟ ପ୍ରମୋଦ କୁମାର ମହାପାତ୍ରଙ୍କଠାରୁ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ପରୀକ୍ଷା କେନ୍ଦ୍ରର ସୁପରିଚାଳନା ନିମନ୍ତେ ଡେପୁଟି ସୁପରିଟେଣ୍ଡେଣ୍ଟ ଭାବେ ରବୀନ୍ଦ୍ର ନାଥ ବରିହା ନିୟୋଜିତ ହୋଇଥିବା ଜଣାଯାଇଛି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
Archives


