ବନ୍ଧୁକ ଦେଖାଇ ବଟି ଆଦାୟ ଅଭିଯୋଗରେ ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଭ୍ରମରବାଡ଼ି ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ବଟି ଆଦାୟ କରୁଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏଥିସହ ତାଙ୍କ ଠାରୁ ଏକ ବନ୍ଧୁକ ଜବତ କରାଯାଇଥିବା ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି କହିଛନ୍ତି। ଗିରଫ ଯୁବକ ଜଣକ ହେଲେ ଭ୍ରମରବାଡ଼ି ପଞ୍ଚାୟତ ଡମକ୍ଲିୟୁ ଗ୍ରାମର ବାପି ପ୍ରଧାନ।

ପ୍ରକାଶ ଯେ, ଚଳିତମାସ ୧୩ ତାରିଖ ରାତିରେ ଭ୍ରମରବାଡ଼ି ଗ୍ରାମର ନିଧିଆ ସାହୁ ନିଜ ରାଶନ ଦୋକାନରେ ଥିବା ବେଳେ ବାପି ସେଠାରେ ପହଞ୍ଚି ନିଧିଆଙ୍କ ମୁଣ୍ଡରେ ବନ୍ଧୁକ ରଖି ୧୦ ହଜାର ଟଙ୍କା ଦେବାକୁ କହିଥିଲେ। ନିଧିଆ ତାଙ୍କ ନିକଟରେ ଏତେଗୁଡ଼ିଏ ଟଙ୍କା ନ ଥିବା କହିଥିଲେ। ବାପି ନିଧିଆଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏଥିରେ ଭୟଭୀତ ହୋଇ ନିଧିଆ ତାଙ୍କ ନିକଟରେ ମାତ୍ର ୧ ହଜାର ଟଙ୍କା ଥିବା କହି କାକୁତି ମିନତୀ ହୋଇ୧ ହଜାର ଟଙ୍କା ଦେଇଥିଲେ। ପରେ ବଳକା ଟଙ୍କା ଦେବି ବୋଲି କହିଥିଲେ। ବାପି ୧ ହଜାର ନେଇ ସେହିଦିନ ପଳାଇଥିଲେ ଏବଂ ପୁଣି ସୋମବାର ଅପରାହ୍ନରେ ଆସି ୧୦ ହଜାର ଟଙ୍କା ମାଗିଥିଲେ। ଆଜି ରାତିରେ ଆସି ନେବି ବୋଲି ବାପି କହୁଥିବା ସମୟରେ ତାଙ୍କ ଦୋକାନଙ୍କୁ ଗ୍ରାହକମାନେ ଆସି ଯିବାରୁ ବାପି ସେଠାରୁ ପଳାଇଥିତ୍ଲେ। ଏନେଇ ନିଧିଆ ଦାରିଙ୍ଗବାଡ଼ିି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା୧୨୬/୨୧ ରୁଜୁ କରି ବାପିଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଗିରଫ କରିବାରେ ସଫଳ ହୋଇଥିଲା ବୋଲି ଆଇଆଇସି ମାଝି କହିଛନ୍ତି ା ସେ କହିଛନ୍ତି, ବାପି କେଉଁଠାରୁ ଏହି ବନ୍ଧୁକ ଆଣିଲେ ଏହାର ତଦନ୍ତ କରାଯିବା ତାଙ୍କ ସହ ଆଉ କେଉଁମାନେ ସାମିଲ ହୋଇଛନ୍ତି ନାହିଁ ଅଧିକ ତଦନ୍ତ ଚାଲିଥିବା ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri