ପୁଅର ଆତ୍ମହତ୍ୟା ପରେ ମିଳିଲା ବାପାଙ୍କ ମୃତଦେହ

ସାରସକଣା, ୨୮।୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ସୀମାନ୍ତ ନୂଆସାହି ଗାଁରେ ବାପ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମଙ୍ଗଳବାର ରାତିରେ ପୁଅ ରାଜୁ ମହାନ୍ତ(୩୨) ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ବେଳେ ବୁଧବାର ସକାଳେ ବାପା ଲାଲମୋହନ ମହାନ୍ତ (୭୦)ଙ୍କ ମୃତଦେହ ଘର ଭିତରେ ପଡ଼ିଥିତ୍ବା ଦେଖିବାକୁ ମିଳିଥିଲା। ଉଭୟଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଜାରି ରଖିଛି। ପୁଅ ମୃତ୍ୟୁରେ ମ୍ରିୟମାଣ ହୋଇ ବାପାଙ୍କ ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ଗ୍ରାମବାସୀ କହୁଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ ଅକ୍ଷୟ କୁମାର ଟୁଡ଼ୁ କହିଛନ୍ତି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୨୬/୨୧) ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲକୁ ପଠାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଲାଲମୋହନଙ୍କ ଆଉ ଜଣେ ସାନ ପୁଅ ବିଜୁ ମହାନ୍ତ ୮ମାସ ପୂର୍ବେ ବେକରେ ଶାଢ଼ୀ ବାନ୍ଧି ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁର କାରଣ ଅଦ୍ୟାବଧି ଜଣା ପଡ଼ିନାହିଁ। ବର୍ଷକ ମଧ୍ୟରେ ଗୋଟିଏ ପରିବାରର ୩ଜଣଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସାଧାରଣରେ ନାନା କଥା ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri