୫ ରୁଟ୍‌ରେ ସରକାରୀ ବସ୍‌ ବନ୍ଦ

ରାୟଗଡ଼ା ଅଫିସ,୨୮ା୭: ମାଓବାଦୀଙ୍କ ପିଏଲ୍‌ଜିଏ(ପିପୁଲ୍ସ ଲିବରେଶନ ଗେରିଲା ଆର୍ମି) ସପ୍ତାହ ବୁଧବାରଠାରୁ ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଯାଞ୍ଚକୁ କଡ଼ାକଡ଼ି କରାଯିବା ସହ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ୫ଟି ରୁଟ୍‌ରେ ସରକାରୀ ବସ୍‌ ଚଳାଚଳ ବନ୍ଦ କରାଯାଇଛି। ବୁଧବାରଠାରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ୧୧ଟି ସରକାରୀ ବସ୍‌ ଚଳାଚଳ ବନ୍ଦ ରହିବ। ରାୟଗଡ଼ା-ବ୍ରହ୍ମପୁର, ରାୟଗଡ଼ା-ଚମ୍ପି ନାରାୟଣପାଟଣା, ରାୟଗଡ଼ା-ଥୁଆମୂଳରାମପୁର, ରାୟଗଡ଼ା-ଡଙ୍ଗାପାଇ, ରାୟଗଡ଼ା-କାଶୀପୁର ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ କରାଯାଇଛି। ଅଗଷ୍ଟ ୪ କିମ୍ବା ୫ରୁ ବସ୍‌ ଚଳାଚଳ ସ୍ବାଭାବିକ ହେବ ବୋଲି ରାୟଗଡ଼ା ଡିଟିଏମ୍‌ ବିଜୟାନନ୍ଦ ବେହେରା ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ମାଓବାଦୀ କାର୍ଯ୍ୟକଳାପ ରୋକିବା ପାଇଁ ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ଜିଲାର ମାଓବାଦୀପ୍ରବଣ ଅଞ୍ଚଳଗୁଡ଼ିକରେ କୋମ୍ବିଂ ଅପରେଶନକୁ ଜୋର୍‌ଦାର କରାଯିବା ସହ ଏସ୍‌ଓଜି, ଡିଭିଏଫ୍‌, ସିଆର୍‌ପିଏଫ୍‌, ବିଏସ୍‌ଏଫ୍‌ ଯବାନଙ୍କୁ ସଜାଗ କରାଯାଇଛି। ସେହିପରି ମାଓବାଦୀଙ୍କ ଗତିବିଧି ଉପରେ ନଜର ରଖାଯାଇ ବିଭିନ୍ନ ଚେକ୍‌ପୋଷ୍ଟରେ ଯାନବାହନ ଯାଞ୍ଚ କରାଯାଉଛି। ବିଭିନ୍ନ ଏଜେନ୍ସି ଦ୍ୱାରା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ମେଶନଗୁଡ଼ିକୁ କ୍ୟାମ୍ପକୁ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri