Posted inଜାତୀୟ

‘ମୁଁ କ’ଣ ରାଜ କୁନ୍ଦ୍ରା, ମୋର ଫଟୋ ନେଉଛ’

ପୁଣେ,୨୯।୭: ଆଜିକାଲି ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ନିଜର ଏକ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଅଛନ୍ତି। ରାଜ ଠାକରେ ତିନି ଦିନିଆ ପୁଣେର ଗସ୍ତରେ ଅଛନ୍ତି। ଏହି ସମୟରେ ଗଣମାଧ୍ୟମ ବ୍ୟକ୍ତିମାନେ ରାଜ ଠାକରେଙ୍କ ଫଟୋ ଉଠାଇବା ଆରମ୍ଭ କରିଥିଲେ, ସେତେବେଳେ ସେ କହିଥିଲେ ଯେ, ମୁଁ କ’ଣ ରାଜ କୁନ୍ଦ୍ରା, ମୋର ଫଟୋ ନେଉଛ। ରାଜ ଠାକରେ ବୋଧହୁଏ ତାଙ୍କ ଫଟୋ ଉଠାଇବାକୁ ପସନ୍ଦ କରୁ ନ ଥିଲେ ଏବଂ ଥଟ୍ଟା କରି ଏପରି କହିଥିଲେ। ଏକଥା ଶୁଣିବା ପରେ ସେଠାରେ ଏକ ହାସ୍ୟରୋଳ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କର ଏହି ବିବୃତ୍ତି ବର୍ତ୍ତମାନ ଚାରିଆଡେ ଆଲୋଚନା ହେଉଛି। ସୋସିଆଲ ମିଡିଆରେ ଏହା ମଧ୍ୟ ଭାଇରାଲ ହେବାରେ ଲାଗିଛି। ଆଗାମୀ ପୌରସଂସ୍ଥା ନିର୍ବାଚନ ପାଇଁ ଦଳର ରଣନୀତି ପ୍ରସ୍ତୁତ କରିବାକୁ ରାଜ ଠାକରେ ପୁଣେରେ ପହଞ୍ଚିଥିଲେ। ଏହି ମନ୍ତବ୍ୟ ପୂର୍ବରୁ ରାଜ ଠାକରେଙ୍କ ଆଉ ଏକ ମନ୍ତବ୍ୟ ମଧ୍ୟ ଚର୍ଚ୍ଚାରେ ରହିଥିଲା। ଯେଉଁଥିରେ ତାଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଇଥିଲା। ଏହା ଉପରେ ଠାକରେ କହିଥିଲେ ଯେ, ମୁଁ ପିନ୍ଧେ ନାହିଁ, ମୁଁ ମାସ୍କ ବ୍ୟବହାର କରେ ନାହିଁ।
ସୂଚନାଯୋଗ୍ୟ,ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କୁ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ କରି ଆପରେ ଅପଲୋଡ କରି କିଛି ଦିନ ପୂର୍ବରୁ ମୁମ୍ବାଇ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri