କାର୍‌ ଅଛି ପାଟଣାରେ, ଚାଲାଣ କଟାଯାଉଛି ଭୁବନେଶ୍ୱରରେ

ପାଟଣା,୩୦ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଡ. ଲକ୍ଷ୍ମଣ ମହାନ୍ତଙ୍କ ଓଡି ୦୨ ଏଏକ୍ସ ୫୦୮୨ ନମ୍ବର ବିଶିଷ୍ଟ ଏକ କାର୍‌ ରହୁଥିବା ବେଳେ ଗୁରୁବାର ସନ୍ଧ୍ୟାରେ ଉକ୍ତ ଗାଡ଼ିଟି ଭୁବନେଶ୍ୱର ସିଆରପି ସ୍କୋୟାର ଫ୍ଲାଇ ଓଭରରେ ଦ୍ରୁତ ଗତିରେ ଚାଲୁଥିବା ଦର୍ଶାଇ ଡା. ଲକ୍ଷ୍ମଣ ମହାନ୍ତଙ୍କ ମୋବାଇଲକୁ ୭ ହଜାର ଟଙ୍କାର ଚାଲାଣ ପଠାଯାଇଛି।

ସୂଚନାଯୋଗ୍ୟ, ଗତ ୩ ବର୍ଷ ତଳେ ଲକ୍ଷ୍ମଣଙ୍କ କକା ଗୋକୁଳ ଚନ୍ଦ୍ର ମହାନ୍ତଙ୍କ ନାଁରେ କାର୍‌ଟି କିଣା ଯାଇଥିଲେ ହେଁ କାର୍‌ଟିକୁ ଡ.ଲକ୍ଷ୍ମଣ ବ୍ୟବହାର କରୁଛନ୍ତି। ତାଙ୍କ ସୂଚନା ମୁତାବକ ୩ ବର୍ଷ ମଧ୍ୟରେ କାର୍‌ଟି କେବେ ସିଆରପି ସ୍କୋୟାର ଫ୍ଲାଇ ଓଭର ଦେଇ ଯାଇନାହିଁ। ଏନେଇ ଲକ୍ଷ୍ମଣ ଆରଟିଓ ଭୁବନେଶ୍ୱରଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ଲକ୍ଷ୍ମଣଙ୍କୁ ପଚାରିବାରୁ ପରିବହନ ବିଭାଗ ଭୁଲବଶତଃ ଚାଲାଣ ପଠାଇଛି ନ ହେଲେ କେହି ଦୁର୍ବୃତ୍ତ ମୋ’ କାର୍‌ର ଡୁପ୍ଲିକେଟ ନମ୍ବର ପ୍ଲେଟ୍‌ ବ୍ୟବହାର କରୁଛନ୍ତି। ଯାହାର ତଦନ୍ତ ହୋଇ ଅଭିଯୁକ୍ତଙ୍କୁ ଆଇନ ଅନୁଯାୟୀ ଦଣ୍ଡ ବିଧାନ କରାଯିବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri