ଟ୍ୟାପ୍‌ ପାଣି ପିଇ ମାନ ପରଖିଲେ ମନ୍ତ୍ରୀ

ପୁରୀ ଅଫିସ,୧।୮: ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ଶନିବାର ପୁରୀରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବଡ଼ଦାଣ୍ଡସ୍ଥିତ ଏକ ଟ୍ୟାପ୍‌ରୁ ପାଣି ପିଇଛନ୍ତି। ଏଥିସହ ପାଣିର ମାନ ନେଇ ସହରବାସୀଙ୍କ ସହିତ ଆଲୋଚନା କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ ସହର। ଏହାଦ୍ୱାରା ପିଇବା ପାଣିକୁ ଫିଲ୍‌ଟର କରିବାର ଆବଶ୍ୟକତା ନାହିଁ। ୨୪ଘଣ୍ଟା ଏହି ସେବା ମିଳିବ। ଏଥିଲାଗି ପ୍ରତ୍ୟେକ ଓ୍ବାର୍ଡରେ ଜଳସାଥୀଙ୍କୁ ନିୟୋଜିତ କରାଯାଇଛି। ବଡ଼ଦାଣ୍ଡରେ ୧୨୦ ସ୍ଥାନ ସହିତ ସହରର ୪ଶହ ଜାଗାରେ ଏଭଳି ବ୍ୟବସ୍ଥା କରାଯାଇଛି। ଏଥିଯୋଗୁ ୩ କୋଟି ପ୍ଲାଷ୍ଟିକ୍‌ ବୋତଲ ତଥା ୪ଶହ ମେଟ୍ରିକ୍‌ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟବସ୍ତୁରୁ ସହର ରକ୍ଷା ପାଇପାରିବ। ଏପର୍ଯ୍ୟନ୍ତ ଘରଗୁଡ଼ିକୁ ୩୨ ହଜାର ସଂଯୋଗ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ପରେ ମନ୍ତ୍ରୀ ୭ ନମ୍ବର ୱାର୍ଡର ବଳିଆପଣ୍ଡା ରୋଡ୍‌ସ୍ଥିତ ଅବସରପ୍ରାପ୍ତ ଶିକ୍ଷକ ବିମ୍ବାଧର ଦାଶଙ୍କ ଘରକୁ ଯାଇ ସୁଜଳ ସଂଯୋଗରେ ଉପଲବ୍ଧ ପାଣିର ମାନ ସମ୍ପର୍କରେ ପଚାରି ବୁଝିିଥିଲେ। ୱାର୍ଡର ଜଳସାଥୀ ରୀନାରାଣୀ କବିରାଜଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ୱାଟ୍‌କୋ ଜେନେରାଲ ମ୍ୟାନେଜର ଶରତ ଚନ୍ଦ୍ର ମିଶ୍ର ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏହି ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri