ଚିନ୍ତା ବଢାଉଛି ଆର୍ ଭାଲ୍ୟୁ!

ନୂଆଦିଲ୍ଲୀ,୧ ।୮: ଦେଶରେ କରୋନା ସଂକ୍ରମଣ ସ୍ଥିତି ଏବେବି ଚିନ୍ତା ଜନକ ରହିଛି । କିଛି ଅଞ୍ଚଳରେ କରୋନା ଗ୍ରାଫ ବଢୁଥିବା ବେଳେ ଏହାର ତୃତୀୟ ଲହର ଚିନ୍ତାରେ ପକାଉଥିବା କହିଛନ୍ତି ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ର ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିୟା । ସେ କହିଛନ୍ତି ଦେଶରେ ଆର୍ ଭାଲ୍ୟୁ ବେଳକୁ ବେଳ ବଢିବାରେ ଲାଗିଛି ଯାହା ଚିନ୍ତାର କାରଣ । ତେଣୁ ଯେଉଁ ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି ସେଠାରେ ଏହାକୁ ରୋକିବାକୁ କଡା କାର୍ଯ୍ୟାନୁଷ୍ଠାନ ନେବା ଜରୁରୀ । ଏନ୍‌ଡିଟିଭିକୁ ଦେଇଥିବା ଏକ ସାକ୍ଷାତ୍ କାରରେ ଗୁଲେରିୟା କହିଛନ୍ତି ୦.୯୬ରୁ ଆରମ୍ଭ ହେଉଥିବା ଆର୍ ଭାଲ୍ୟୁ ଏବେ ୧ରୁ ଅଧିକ ହୋଇ ଗଲାଣି । ଆର୍ ଭାଲ୍ୟୁ ବଢିବା ଚିନ୍ତାର କାରଣ । ଏହାର ଅର୍ଥ ହେଉଛି ଯେତେବେଳେ ଜଣେ ସଂକ୍ରମିତଙ୍କ ଠାରୁ ଏହା ଅନ୍ୟ ଜଣଙ୍କୁ ସଂକ୍ରମିତ ହୋଇଥାଏ । ତେଣୁ ଯେଉଁ ଅଞ୍ଚଳରେସଂକ୍ରମଣ ବଢୁଛି ସେଠାରେ ଚେନ୍ ବ୍ରେକ୍ କରିବା ସହ ଟେଷ୍ଟ, ଟ୍ରାକ୍ ଓ ଟ୍ରିଟ ରଣନୀତି ଆପଣେଇବା ଦରକାର । ଆର୍ ଫ୍ୟାକ୍ଟରକୁ କରୋନା ସଂକ୍ରମଣର ବୃଦ୍ଧି ସଂଖ୍ୟାର ସୁଚକାଙ୍କ ବୋଲି କୁହାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri