ଅନଙ୍ଗଭୀମ ଦେବଙ୍କ ସମୟରୁ ରସାବଳି ଭୋଗ

କେନ୍ଦ୍ରାପଡ଼ା ଅଫିସ,୨।୮: କେନ୍ଦ୍ରାପଡ଼ା ରସାବଳିର ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ)ର ଟ୍ୟାଗ୍‌ ପାଇଁ ନୂଆଦିଲ୍ଲୀରେ ସ୍ବର ଉଠିଛି। ଗବେଷକଙ୍କ ଅନୁସନ୍ଧାନ ଅନୁଯାୟୀ ଅନଙ୍ଗଭୀମ ଦେବଙ୍କ ସମୟରୁ ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳି ଲାଗି କରାଯାଏ। ତେବେ ଜିଆଇ ଟ୍ୟାଗ୍‌ ପାଇଁ ବୈଜ୍ଞାନିକ ବିଶ୍ଳେଷଣ ଓ ଏ ନେଇ ଉଦ୍ୟମ ଆବଶ୍ୟକ ବୋଲି ମତ ମିଳିଛି।
ଗବେଷକ ନିରଞ୍ଜନ ମେକାପ ଓ ଡ. ଅନୀତା ସାବତ କହିଛନ୍ତି, ମହାରାଜା ଅନଙ୍ଗଭୀମ ଦେବଙ୍କ ସମୟରୁ ତୁଳସୀକ୍ଷେତ୍ରରେ ରସାବଳି ନୈବେଦ୍ୟ ଅର୍ପଣ ହୋଇଆସୁଛି। ଏହି ମିଷ୍ଟାନ୍ନର କେନ୍ଦ୍ରାପଡ଼ା ସମ୍ପୃକ୍ତି ସମ୍ପର୍କରେ ଚଣ୍ଡୀ ପୁରାଣ, ଦାଣ୍ଡି ରାମାୟଣ, ଗଙ୍ଗବଂଶାନୁଚରିତର କେତେକ ଛନ୍ଦ ଓ ଜଣାଣରେ ଅଛି। ଶ୍ରୀଜୀଉଙ୍କ ନିତ୍ୟଭୋଗ ଭାବେ ପରିଚିତ ଏହି ମିଷ୍ଟାନ୍ନର ଉତ୍ପତ୍ତିସ୍ଥଳ କେନ୍ଦ୍ରାପଡ଼ା ବୋଲି ସେମାନେ ଦାବି କରିଛନ୍ତି।
ସହରର କେଶପୁର ବଜାରର ବର୍ଷିଆନ ରସାବଳି ନିର୍ମାତା ବୈଷ୍ଣବ ପଣ୍ଡା କୁହନ୍ତି, ପୂର୍ବରୁ ଏହା କେବଳ ମନ୍ଦିର ପରିସରରେ ନିର୍ମିତ ହୋଇ ଶ୍ରୀଜୀଉଙ୍କୁ ଲାଗି ହେଉଥିଲା। ଏବେ କେନ୍ଦ୍ରାପଡ଼ା ସହର ସମେତ ରାଜ୍ୟର ବିଭିନ୍ନ ମେଳା ମହୋତ୍ସବରେ ଦେଖିବାକୁ ମିଳୁଛି। ଛେନା, ଘିଅ, କ୍ଷୀର, ଚିନି, ଗୁଜୁରାତି, ଅଳେଇଚ ଆଦିକୁ ନେଇ ଏହି ମିଷ୍ଟାନ୍ନର ପ୍ରସ୍ତୁତି ଟିକେ ଜଟିଳ। ତେବେ ଉପଯୁକ୍ତ ତାଲିମପ୍ରାପ୍ତ ନିର୍ମାତା ଏଥିରେ ସ୍ବାଦ ଭରିବାରେ ସକ୍ଷମ। ବୁଦ୍ଧିଜୀବୀ ଭୁବନମୋହନ ଜେନା କୁହନ୍ତି, ଜିଆଇ ଟ୍ୟାଗ୍‌ ମିଳିଲେ ବ୍ରାଣ୍ଡ୍‌ ଭାଲ୍ୟୁ ବଢ଼ିଥାଏ। ମୌଳିକ ଦ୍ରବ୍ୟର ବ୍ୟବସାୟ ବଢ଼ିବା ସହ ଅପବ୍ୟବହାର ଉପରେ ରୋକ୍‌ ଲାଗିଥାଏ। ପ୍ରଚାର ପ୍ରସାର ଫଳରେ ସ୍ଥାନୀୟ ଅଞ୍ଚଳର ଆର୍ଥିକ ବିକାଶ ହୋଇଥାଏ। କେନ୍ଦ୍ରାପଡ଼ା ଜିଲାର ପରିଚୟ ଭାବେ ଶ୍ରୀବଳଦେବଜୀଉ, ଜାତୀୟଉଦ୍ୟାନ ଭିତରକନିକା ସହ ରସାବଳି ମିଠା ଅଛି। ଜିଆଇ ଟ୍ୟାଗ୍‌ ସ୍ବୀକୃତି ରସାବଳି ନିର୍ମାତାଙ୍କ ସମସ୍ତ ସମସ୍ୟାର ସମାଧାନ କରିପାରିବ ନାହିଁ। କେବଳ ଆତ୍ମତୃପ୍ତି ମିଳିପାରିବ ବୋଲି ସେ ମତ ଦେଇଛନ୍ତି।
ସାମାଜିକ କର୍ମୀ ପ୍ରକାଶ ଚନ୍ଦ୍ର ଦାସ କହିଛନ୍ତି, ଜିଆଇ ଟ୍ୟାଗ୍‌ ପାଇଁ ବୈଜ୍ଞାନିକ ବିଶ୍ଳେଷଣର ଆବଶ୍ୟକତା ଅଛି। ମିଷ୍ଟାନ୍ନରେ କେଉଁ ପରିମାଣରେ ପ୍ରୋଟିନ, ସ୍ନେହସାର, ଶ୍ୱେତସାର, ଶର୍କରା, କ୍ୟାଲସିୟମ ଆଦି ଅଛି, ତାହାର ପରୀକ୍ଷଣ ଆବଶ୍ୟକ। ଏ ନେଇ କୌଣସି ଗବେଷଣା ଅଦ୍ୟାବଧି ହୋଇନାହିଁ। ରସାବଳି ନିର୍ମାତା ସଂଘର ଆବାହକ ସରୋଜ କୁମାର ମହାନ୍ତି କୁହନ୍ତି, ଏବେ ସଂଗଠନକୁ ସୁଦୃଢ଼ କରିବା, ଜିଆଇ ଟ୍ୟାଗ୍‌ର ସମସ୍ତ ମାନକୁ ପୂରଣ କରିବାକୁ ଗବେଷଣା ଉପରେ ଧ୍ୟାନ ଦେବା ଓ ସରକାରୀ ସ୍ତରରେ ଏ ନେଇ ପ୍ରସ୍ତାବ ଉପସ୍ଥାପନକୁ ଗୁରୁତ୍ୱ ଦିଆଯାଇଛି। ଏଥିସହ ବିଭିନ୍ନ ସମୟରେ ଆଲୋଚନାଚକ୍ର ଅନୁଷ୍ଠିତ ହେଉଛି। ଅନ୍ୟ କେହି ରସାବଳିକୁ ନିଜର ମୌଳିକ ମିଷ୍ଟାନ୍ନ କହିବା ପୂର୍ବରୁ ରାଜ୍ୟ ସରକାର ଏଥିପ୍ରତି ଗୁରୁତ୍ୱ ଦେବାକୁ ସଂଘ ପକ୍ଷରୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri