ବର୍ଷକ ପରେ ପୁଣି ଉହାନରେ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରତ୍ୟେକ ନାଗରିକଙ୍କ ହେବ ଯାଞ୍ଚ

ବେଜିଂ,୩।୮: ଚାଇନାର ଉହାନ ସହରରେ ବର୍ଷକ ପରେ ପୁଣି ଥରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ସହରରେ ଭୟର ବାତାବରଣ ଖେଳିଯାଇଛି। ତେଣୁ ସହରର ସମସ୍ତ ଲୋକଙ୍କୁ ଯାଞ୍ଚ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଉହାନ ସହରରେ ୧କୋଟିରୁ ଅଧିକ ଲୋକ ବସବାସ କରନ୍ତି। ଏଭଳି ପରିସ୍ଥିତିରେ ନୂଆ କରୋନା ମାମଲା ସାମ୍ନାକୁ ଆସିବା ପରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ତେଣୁ ସରକାର ୧କୋଟିରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ସହରର ସମସ୍ତ ବାସିନ୍ଦାଙ୍କ କରୋନା ଯାଞ୍ଚ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ମଙ୍ଗଳବାର ଉହାନର ବରିଷ୍ଠ
ଅଧିକାରୀ ଲି ତାଓ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨୦୧୯ରେ ଉହାନ ସହରରେ କରୋନା ସଂକ୍ରମଣର ପ୍ରଥମ ମାମଲା ସାମ୍ନାକୁ ଆସିଥିଲା। ଏହାପରେ ବିଶ୍ୱର ଅନ୍ୟ ଦେଶଗୁଡ଼ିକରେ କରୋନା ବ୍ୟାପିବା ଆରମ୍ଭ କରିଥିଲା। ସୂଚନା ମୁତାବକ ମଙ୍ଗଳବାର ଚାଇନାରେ ଗତ ୨୪ ଘଣ୍ଟାରେ ୬୧ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଚାଇନାର ଅତିକମ୍‌ରେ ୧୮ଟି ପ୍ରଦେଶରେ ଗତ ୧୦ଦିନ ମଧ୍ୟରେ ୩୦୦ ଘରୋଇ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ଯାହା କେବଳ ଚାଇନା ପାଇଁ ନୁହେଁ ବରଂ ଏହା ବିଶ୍ୱର ଅନ୍ୟ ଦେଶମାନଙ୍କ ଲାଗି ଚିନ୍ତାର କାରଣ ପାଲଟିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri