Posted inଜାତୀୟ

ଦୀପାବଳି ପର୍ଯ୍ୟନ୍ତ ମିଳିବ ମାଗଣା ରାଶନ: ମୋଦି

ନୂଆଦିଲ୍ଲୀ,୩ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏୱାଇ)ର ଲାଭାର୍ଥୀଙ୍କ ସହ ମଙ୍ଗଳବାର ଭିଡିଓ କନଫରେନ୍‌ସିଂ ମାଧ୍ୟମରେ କଥା ହୋଇଛନ୍ତି । ଏହି ସମୟରେ ମୋଦି କହିଛନ୍ତି ଗରିବ ନିରାଶ ହେବା ଆବଶ୍ୟକ ନାହିଁ । କରୋନା ସମୟରେ ସେମାନଙ୍କୁ ମାଗଣା ରାଶନ ଯୋଗାଇ ଦିଆଯାଉଛି । ଯାହା ଆସନ୍ତା ଦୀପାବଳି ପର୍ଯ୍ୟନ୍ତ ମିଳିବ । ମୋଦି ଆହୁରି ମଧ୍ୟ କହିଛନ୍ତି ଏହି ମାଗଣା ରାଶନ ପଳାୟନ କରିଥିବା ଶ୍ରମିକଙ୍କୁ ମଧ୍ୟ ମିଳିବ । କାରଣ ଦେଶର କୌଣସି ଲୋକଙ୍କୁ ଭୋକରେ ଶୋଇବାକୁ ଦିଆଯିବ ନାହିଁ । ସେ କହିଛନ୍ତି ଦେଶର ଖାଦ୍ୟ ଭଣ୍ଡାର ସଂଖ୍ୟା ବୃଦ୍ଧି ହେଲା ହେଲେ କୁପୋଷଣ କମିଲା ନାହିଁ । ଏହି ଯୋଜନାରେ ଆମ ସରକାର ବହୁତ ନକଲି ଲାଭାର୍ଥୀଙ୍କୁ ବାହାର କରିଛି ଆଉ ଆଜି ଉଚିତ ଲୋକଙ୍କୁ ଏହାର ସୁବିଧା ମିଳୁଛି । ନିଜ ସରକାରଙ୍କ ସଫଳତା କଥା କହିବାକୁ ଯାଇ ମୋଦି କହିଥିଲେ ଆଜି କୋଟି କୋଟି ଲୋକ ଆୟୁଷ୍ମାନ ଭାରତ ଯୋଜନାର ଲାଭ ଉଠାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri